• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ବିଧାନ ପରିଷଦ ଗଠନ ନେଇ ବିଧାନସଭା ପକ୍ଷରୁ ଲେଖା ଯାଇଥିବା ଚିଠିର ଉତ୍ତର ଦେଇଛନ୍ତି କେନ୍ଦ୍ର ସରକାର । ବିଧାନସଭାରେ ଚଠି ପହଞ୍ଚିବା ପରେ ସଂସଦୀୟ ବ୍ୟାପାର ବିଭାଗକୁ ପଠାଇ ଦିଆଯାଇଛି ବୋଲି କହିଛନ୍ତି ବାଚସ୍ପତି । ବିଧାନ ପରିଷଦ ଗଠନ ନେଇ କଣ ପ୍ରକ୍ରିୟା ରହିବ ସେ ନେଇ ଚିଠିରେ ଉଲ୍ଲେଖ ରହିଛି । ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ବିଧାନସଭା ପରିଷଦ ଗଠନ ନେଇ କିଛି ପ୍ରସ୍ତାବ ଆସିନଥିବା ସଂସଦରେ ଉତ୍ତର ରଖିଥିଲେ କେନ୍ଦ୍ର ଆଇନ ମନ୍ତ୍ରୀ ।

କେଉଁ ପରିସ୍ଥିତିରେ ଭୁଲ ଉତ୍ତର ରଖାଗଲା ସେ ନେଇ ବିଧାନସଭା ପକ୍ଷରୁ ୨ଟି ଚିଠି ଲେଖାଯାଇଥିଲା । ଏହାର ଉତ୍ତର କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି । ସେହିପରି ମାର୍ଚ୍ଚ ୩୧ ପୂର୍ବରୁ ବିଧାନସଭା ବଜେଟ ଅଧିବେଶନ ବସିବ ରାଜ୍ୟପାଳଙ୍କ ଅନୁମୋଦନ ଆସିବା ପରେ ବିଧିବଦ୍ଧ ତାରିଖ ଘୋଷଣା ହେବ ବୋଲି ବାଚସ୍ପତି ସୂଚନା ଦେଇଛନ୍ତି ।

ସେପଟେ ଗତକାଲି ଠାରୁ ବିଧାନସଭା ସମାଚାର ୟୁଟ୍ୟୁବ ଚ୍ୟାନେଲ ଆରମ୍ଭ ହୋଇଥିବା ବାଚସ୍ପତି କହିଛନ୍ତି । ଏହା ସହ ବିଧାନସଭା ପତ୍ରିକା ନାମକ ମାସିକ ପତ୍ରିକା ଆରମ୍ଭ ହେବ । ବିଧାନସଭା ସଂକ୍ରାନ୍ତୀୟ ସମସ୍ତ ଖବର ଏଥିରେ ପ୍ରସାରଣ ହେବ । ପରବର୍ତ୍ତୀ ସମୟରେ ବିଧାନସଭା ଟିଭି ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ବାଚସ୍ପତି ।