vigillance raid
ଭିଜିଲାନ୍ସ ଜାଲରେ କୋଟିପତି ପ୍ରାଣୀଧନ ନିରୀକ୍ଷକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର କଳାରାହାଙ୍ଗ ଅଞ୍ଚଳର ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି । ଏକାସାଙ୍ଗରେ କଳାରାହାଙ୍ଗ ସ୍ଥିତ ବାସଭବନ ସମେତ ୯ଟି ସ୍ଥାନରେ ଚଢ଼ଉ ଜାରି ରହିଛି । ଏଥିରେ ୫ ଜଣ ଡିଏସପି, ୧୦ ଜଣ ଇନସପେକ୍ଟର ସାମିଲ ହୋଇ ଚଢ଼ଉ କରୁଛନ୍ତି ।
ଭୁବନେଶ୍ୱର ରଘୁନାଥପୁରର ରୟାଲ ଲାଗୁନ ଆପାର୍ଟମେଣ୍ଟରେ ଥିବା ଫ୍ଲାଟ, ରଘୁନାଥପୁରରେ ତିନି ମହଲା ବିଶିଷ୍ଟ ୨ଟି ଘର ଓ ଗୋଟିଏ ୨ ମହଲା ବିଶିଷ୍ଟ କୋଠାଘର, ରଘୁନାଥପୁର ପୋଖରୀ ନିକଟରେ ଗୋଟିଏ ୧ ମହଲା ଘର, ରଘୁନାଥପୁର ଗ୍ରୀନ ଗାର୍ଡେନ ଆପାର୍ଟମେଣ୍ଟରେ ଥିବା ଫ୍ଲାଟରେ ଭିଜିଲାନ୍ସ ଟିମ୍ ଚଢ଼ଉ ଜାରି ରଖିଛି ।
ସେହିପରି କଳାରାହାଙ୍ଗ ସ୍ଥିତ ପଶୁ ଚିକିତ୍ସା କାର୍ଯ୍ୟାଳୟ, ରଘୁନାଥପୁରର ରୟାଲ ଅରକେଡର ୪୦୧ ନମ୍ବର ଫ୍ଲାଟ ଓ କଟକ ଜିଲ୍ଲା ବାଙ୍କୀର ଚାରିଘରିଆରେ ଥିବା ଗୋଟିଏ ଆଉଟ୍ ହାଉସରେ ଚଢ଼ଉ ଚାଲିଛି ତେବେ ବର୍ତ୍ତମାନ ଯାଏ ତାଙ୍କର କେତେ ସଂପତ୍ତି ରହିଛି, ତାହାର ଆକଳନ କରାଯାଇନାହିଁ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)