/odishatv-khabar/media/post_attachments/uploadimage/library/16_9/16_9_0/Daleighai_1689479163.jpg)
Daleighai
ଜଗତସିଂହପୁର ଜିଲ୍ଲା ମଧ୍ୟ ଦେଇ ଯାଇଥିବା ମାଛଗାଁ କେନାଲର ଦୁଇଟି ସ୍ଥାନରେ ଘାଇ ହୋଇଛି । ଗତ ବିଳମ୍ବିତ ରାତିରେ ଦଳେଇଘାଇ ଓ ତରିକୁନ୍ଦ ନିକଟରେ ଘାଇ ହୋଇଯିବାରୁ ଜଗତସିଂହପୁର-କଟକ ମୁଖ୍ୟ ରାସ୍ତାରେ ଆଣ୍ଠୁଏ ଉପରେ ପାଣି ଚାଲୁଛି । ତରିକୁନ୍ଦ ବଜ଼ାରର ଅଧିକାଂଶ ଦୋକାନରେ ପାଣି ପଶିଯାଇଛି । ଫଳରେ ଗାଡି ଚଳାଚଳ ଓ ଲୋକଙ୍କ ଯାତାୟାତ ବାଧାପ୍ରାପ୍ତ ହୋଇଛି।
Advertisment
ଦଳେଇଘାଇ ନିକଟରେ ୧୫ ଫୁଟର ଘାଇ ହୋଇଥିବା ବେଳେ ତରିକୁନ୍ଦ ନିକଟରେ ୨୦ ଫୁଟର ଘାଇ ହୋଇଛି । ଏନେଇ ବାଲିଆ ଜଳସେଚନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସୂଚନା ଦେଇଛନ୍ତି । ଘାଇ ବନ୍ଦ ପାଇଁ ବ୍ୟବସ୍ଥା କରାଯାଉଛି ବୋଲି ସେ କହିଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)