• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜିଠୁ ପୁଣି ଧରପଗଡ଼ । ସ୍କୁଲ ପିଲାଙ୍କୁ ପରିବହନ କରୁଥିବା ବସ୍ ଓ ଅନ୍ୟ ହାଲୁକା ଯାନ ଚେକିଂ ଅଭିଯାନ କଡ଼ାକଡ଼ି ହେବ । ଆଜିଠୁ ଆସନ୍ତା ୨୭ ତାରିଖ ଯାଏଁ ହେବାକୁ ଥିବା ଏହି ସ୍ପେଶାଲ ଡ୍ରାଇଭରେ ସ୍କୁଲ ପିଲାଙ୍କୁ ନେବା ଆଣିବା କରୁଥିବା ସବୁ ପ୍ରକାର ଗାଡ଼ିର ଫିଟେନସ୍, ପରମିଟ, ଇନ୍‌ସୁରାନ୍ସ, ପଲ୍ୟୁସନ ସାର୍ଟିଫିକେଟ ଆଦି ଯାଞ୍ଚ କରାଯିବ ।

ସେହିଭଳି ନିର୍ଦ୍ଦିଷ୍ଟ ସଂଖ୍ୟାଠୁ ଅଧିକ ସଂଖ୍ୟାରେ ପିଲା ପରିବହନ କରୁଥିଲେ ଗାଡ଼ିର ଏବଂ ଚାଳକଙ୍କ ଲାଇସେନ୍ସ ଯାଞ୍ଚ୍ କରାଯିବ । ଏ ନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ସବୁ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି । ସ୍କୁଲ ପିଲାଙ୍କ ସୁରକ୍ଷିତ ପରିବହନ ପାଇଁ ଏଭଳି ପଦକ୍ଷେପ ନିଆଯାଉଥିବା ଏସଟିଏ ସୂଚନା ଦେଇଛି । ସପ୍ତାହବ୍ୟାପୀ ଯାଞ୍ଚ ପରେ ୨୮ ତାରିଖରେ ରିପୋର୍ଟ ଦେବାକୁ ଆଞ୍ଚଳିକ ପରିବନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଅନ୍ୟପକ୍ଷେ, ସେହିଭଳି ଗାଡ଼ିର ନିର୍ଦ୍ଦିଷ୍ଟ ସଂଖ୍ୟାଠୁ ଅଧିକ ସଂଖ୍ୟାରେ ପିଲା ପରିବହନ କରୁଥିଲେ ଏବଂ ଚାଳକଙ୍କ ଲାଇସେନ୍ ମଧ୍ୟ ଯାଞ୍ଚ୍ କରାଯିବ। ସ୍କୁଲ ପିଲାଙ୍କ ସୁରକ୍ଷିତ ପରିବହନ ଲାଗି ଏଭଳି ପଦକ୍ଷେପ ନିଆଯାଉଥିବା ଏସଟିଏ ସୂଚନା ଦେଇଥିଲେ ।