• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ସଂକ୍ରମଣ ଦେଢ଼ ଲକ୍ଷ ଟପିଛି। ଗତ ୨୪ ଘଣ୍ଟାରେ ୧ ଲକ୍ଷ ୫୯ ହଜାର ୬୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଦୈନିକ ପଜିଟିଭିଟି ହାର ୧୦.୨୧%କୁ ବୃଦ୍ଧି ପାଇଛି। ୨୪ ଘଣ୍ଟାରେ ଦେଶରେ ୩୨୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆକ୍ଟିଭ୍ କେସ୍ ୫ ଲକ୍ଷ ୯୦ ହଜାର ୬୧୧ ଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୮୩ ହଜାର ୭୯୦କୁ ବୃଦ୍ଧି ପାଇଛି।

 

ସେହିପରି ଦେଶରେ ମୋଟ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ୬୨୩କୁ ବୃଦ୍ଧି ପାଇଛି। ମହାରାଷ୍ଟ୍ରରେ ସର୍ବାଧିକ ୧ ହଜାର ୯ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଦିଲ୍ଲୀରେ ୫୧୩ ଓ କର୍ଣ୍ଣାଟକରେ ୪୪୧, ରାଜସ୍ଥାନରେ ୩୭୩, କେରଳରେ ୩୩୩, ଗୁଜରାଟରେ ୨୦୪, ତାମିଲନାଡୁରେ ୧୮୫, ହରିୟାଣା ଓ ତେଲେଙ୍ଗାନାରେ ୧୨୩ ଜଣ ଲେଖାଏ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।୨୭ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି।

ସେପଟେ ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ ୪ ହଜାର ପାର୍‌ କରିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୪,୭୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧,୬୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।