Advertisment

ଦିନକରେ ଦେଶରେ ଦେଢ଼ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ, ପଜିଟିଭିଟି ହାର ୧୦.୨୧%କୁ ବୃଦ୍ଧି

୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୫୯ ହଜାର ୬୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଦୈନିକ ପଜିଟିଭିଟି ହାର ୧୦.୨୧%କୁ ବୃଦ୍ଧି ପାଇଛି।

ଅଦ୍ୟତନ ହୋଇଛି
New Covid Cases In India

New Covid Cases In India

Advertisment

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ସଂକ୍ରମଣ ଦେଢ଼ ଲକ୍ଷ ଟପିଛି। ଗତ ୨୪ ଘଣ୍ଟାରେ ୧ ଲକ୍ଷ ୫୯ ହଜାର ୬୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଦୈନିକ ପଜିଟିଭିଟି ହାର ୧୦.୨୧%କୁ ବୃଦ୍ଧି ପାଇଛି। ୨୪ ଘଣ୍ଟାରେ ଦେଶରେ ୩୨୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆକ୍ଟିଭ୍ କେସ୍ ୫ ଲକ୍ଷ ୯୦ ହଜାର ୬୧୧ ଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୮୩ ହଜାର ୭୯୦କୁ ବୃଦ୍ଧି ପାଇଛି।

Advertisment

ସେହିପରି ଦେଶରେ ମୋଟ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ୬୨୩କୁ ବୃଦ୍ଧି ପାଇଛି। ମହାରାଷ୍ଟ୍ରରେ ସର୍ବାଧିକ ୧ ହଜାର ୯ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଦିଲ୍ଲୀରେ ୫୧୩ ଓ କର୍ଣ୍ଣାଟକରେ ୪୪୧, ରାଜସ୍ଥାନରେ ୩୭୩, କେରଳରେ ୩୩୩, ଗୁଜରାଟରେ ୨୦୪, ତାମିଲନାଡୁରେ ୧୮୫, ହରିୟାଣା ଓ ତେଲେଙ୍ଗାନାରେ ୧୨୩ ଜଣ ଲେଖାଏ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।୨୭ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି।

Advertisment

ସେପଟେ ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ ୪ ହଜାର ପାର୍‌ କରିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୪,୭୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧,୬୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

COVID19 Corona Cases In India
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ