Jabalpur
ଭୟଙ୍କର ଅଗ୍ନିକାଣ୍ଡ । ମଧ୍ୟପ୍ରଦେଶର ଜବଲପୁର ଠାରେ ଥିବା ଏକ ଘରୋଇ ହସ୍ପିଟାଲରେ ଲାଗିଲା ନିଆଁ । ଏଥିରେ ପ୍ରାୟ ୧୦ ଜଣଙ୍କ ଜୀବନ ଯାଇଥିବା ବେଳେ ଅନେକ ଗୁରୁତର ହୋଇଛନ୍ତି । ରୋଗୀମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି । ନିଉ ଲାଇଫ୍ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲରେ ଏହି ଅଗ୍ନିକାଣ୍ଡ ଘଟିଛି । ଜବଲପୁରର ଦାମୋ ନାକାରେ ଏହି ହସ୍ପିଟାଲ ରହିଛି । ଜବଲପୁର ଜିଲ୍ଲପାଳଙ୍କ ସୂଚନା ଅନୁଯାୟୀ, ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି । ତେବେ ଏହି ଅଗ୍ନିକାଣ୍ଡରେ ଅନେକ ସମ୍ପତ୍ତି ଜଳିପୋଡ଼ି ନଷ୍ଟ ହୋଇଛି । ଅଗ୍ନିକାଣ୍ଡ ପରେ ସ୍ଥାନୀୟ ଅଞ୍ଚଳ ଏକ ପ୍ରକାର ଧୁଆଁମୟ ହୋଇଯାଇଛି ।
ଅନ୍ୟପଟେ ହସ୍ପିଟାଲରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣା ପ୍ରଚାରିତ ହେବା ପରେ ମୃତାହତଙ୍କ ପାଇଁ ସରକାରୀ ସହାୟତା ଘୋଷଣା କଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ । ପ୍ରତି ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ସହାୟତା ମିଳିବ ବୋଲି ସେ ଘୋଷଣା କରିଥିବା ବେଳେ ଅଗ୍ନିକାଣ୍ଡରେ ଆହତ ହୋଇଥିବା ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ ବୋଲି କହିଛନ୍ତି ।
जबलपुर के एक अस्पताल में भीषण अग्नि दुर्घटना का दुखद समाचार प्राप्त हुआ है।
स्थानीय प्रशासन और कलेक्टर से निरंतर संपर्क में हूं। मुख्य सचिव को संपूर्ण मामले पर नजर बनाये रखने के लिए निर्देश दिया है। राहत एवं बचाव के लिए हरसंभव प्रयास किये जा रहे हैं।
— Shivraj Singh Chouhan (@ChouhanShivraj) August 1, 2022
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Jabalpur_1659352242.jpg)