11 Dead In Bus-Car Accident In Madhya Pradesh
ମଧ୍ୟପ୍ରଦେଶର ବିତୁଲ ପରତୱାଡା ରାସ୍ତାରେ ବସ୍-କାର୍ ମଧ୍ୟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏଥିରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ୭ ମୃତଦେହକୁ ତୁରନ୍ତ ଉଦ୍ଧାର କରାଯାଇଥିବା ବେଳେ ୪ ମୃତଦେହକୁ କାର୍ କାଟି ବାହାର କରାଯାଇଥିଲା। ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା। ମୃତକଙ୍କ ପରିଚୟ ମିଳିପାରି ନାହିଁ।
ଖବରପାଇ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କୁ ଉଦ୍ଧାର କରିଥିଲା। ସମସ୍ତ ମୃତକ ଶ୍ରମିକ ବୋଲି ଜଣାପଡ଼ିଛି। ଝଲ୍ଲାର ଥାନା ଅନ୍ତର୍ଗତ ୧ କି.ମି. ଦୂର ଗୁଦ୍ଗାଓଁ ନିକଟରେ ଏହି ଦୁର୍ଘଟଣା ହୋଇଛି। ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ରାଶି ଘୋଷଣା କରାଯାଇଥିବା ବେଳେ ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ଘୋଷଣା କରାଯାଇଛି। ଏହାସହ ପ୍ରଧାନମନ୍ତ୍ରୀ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।
ସୂଚନାଥାଉ କି, ଅକ୍ଟୋବର ୨୭ରେ ଉତ୍ତରପ୍ରଦେଶର ପ୍ରୟାଗରାଜରେ ଏକ ଟୋଲ୍ ପ୍ଲାଜା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା। ଏକ କାର୍ ଭାରସାମ୍ୟ ହରାଇ ବିଦ୍ୟୁତ୍ ଖୁଣ୍ଟରେ ପିଟି ହେବା ଯୋଗୁ ୪ ଜଣ ମହିଳା ଓ ଜଣେ ଶିଶୁଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ହୋଇଥିଲା।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/____1667537012.jpg)