• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆସିଲା ମଙ୍କିପକ୍ସ ଗାଇଡ଼୍‌ଲାଇନ୍‌ । ଦେଶରେ ମଙ୍କିପକ୍ସ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗାଇଡଲାଇନ୍ସ ଜାରି ହୋଇଛି ।

ନୂଆ ଗାଇଡ୍‌ଲାଇନ୍‌ :-

  • ସମ୍ପୂର୍ଣ୍ଣ ସୁସ୍ଥ ହେବା ସହ ସମସ୍ତ ଘା ଶୁଖିବା ପର୍ଯ୍ୟନ୍ତ ସଂକ୍ରମିତ ରୋଗୀ ସଙ୍ଗରୋଧରେ ରହିବେ ।
  • ରୋଗୀ ତିନି ଥାକିଆ ମାସ୍କ ପିନ୍ଧିବେ ।
  • ଶରୀରରେ ହୋଇଥିବା ଘା ଓ ବଥ ଗୁଡିକୁ ଯଥା ସମ୍ଭବ ଘୋଡାଇ ରଖିବା ଉଚିତ୍‌ ।
  • ସଂକ୍ରମିତ ମଙ୍କିପକ୍ସ ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ୨୧ ଦିନ ଆଇସୋଲେସନରେ ରହିବେ ।
  • ମଙ୍କିପକ୍ସ ଆକ୍ରାନ୍ତଙ୍କ ଯତ୍ନ ନେଉଥିବା ବ୍ୟକ୍ତି ପିପିଇ କିଟ୍ ପିନ୍ଧିବେ ।
  • ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ଲକ୍ଷଣ ନଥିଲେ ବି ବ୍ଲଡ, ସେଲ ଓ ଟିସୁ ଦାନ କରିପାରିବେନି ।
  • ସଂକ୍ରମିତ ରୋଗୀଙ୍କ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତି ବାରମ୍ବାର ହାତ ଧୋଇବା ସହ ସାନିଟାଇଜର ବ୍ୟବହାର କରିବେ ।

ମଙ୍କିପକ୍ସ ଭୂତାଣୁର ଲକ୍ଷଣ କଣ, ଏହା କେତେ ଭୟଙ୍କର ଓ ଏଥିପାଇଁ କି ଚିକିତ୍ସା ବ୍ୟବସ୍ଥା ଉପଲବ୍ଧ ରହିଛି ?

  • ମଙ୍କିପକ୍ସ ଭୂତାଣୁ ଦ୍ୱାରା ଆକ୍ରାନ୍ତ ହେଲେ ସାଧାରଣତଃ ଜ୍ୱର ହୋଇଥାଏ ।
  • ଦେହମୁଣ୍ଡ ଓ ଅଣ୍ଟା ବିନ୍ଧେ ଓ ଦେହରେ ଫୋଟକା ଭଳି ଫଳି ଯାଏ ।
  • ସମୟ ସମୟରେ ରୋଗୀଙ୍କୁ କମ୍ପ ଆସିବା ସହ ଦେହହାତ ଥରେ ।
  • ତଣ୍ଟି ଦରଜ ହେବା ସହ ରୋଗୀ ଅତି କ୍ଲାନ୍ତ ଅନୁଭବ କରନ୍ତି ।
  • ପ୍ରଥମେ ଦେହରେ ମିଳିମିଳା କିମ୍ବା କାଛୁ ଭଳି ଛୋଟ ଛୋଟ ଫଳି ଯାଏ ଓ କୁଣ୍ଡାଇ ହୁଏ ।
  • ୪ରୁ ୫ ଦିନ ପରେ ଏହା ଫୁଲି ଯିବା ସହ ଏଥିରେ ପୁଜ ଭରିଯାଏ ତେଣୁ ଅନେକ ଏହାକୁ ହାଡ଼ଫୁଟି ଭାବେ ଧରିନିଅନ୍ତି ।
  • ୬ରୁ ୧୩ ଦିନ ଯାଏ ଏହାର କୋପ ରହେ କିଛି ରୋଗୀଙ୍କ କ୍ଷେତ୍ରରେ ୫ରୁ ୨୧ ଦିନ ଯାଏ ଏହାର ପ୍ରକୋପ ଦେଖିବାକୁ ମିଳେ ତେବେ ୨ରୁ ୪ ସପ୍ତାହ ମଧ୍ୟରେ ଏହା ସଂପୂର୍ଣ୍ଣ ଭାବେ କମିଯାଏ ।
  • ସଧାରଣଭାବେ କହିଲେ ମଙ୍କିପକ୍ସ ମାରାତ୍ମକ ନୁହେଁ ତେବେ ଉପଯୁକ୍ତ ଚିକିତ୍ସା ନକରାଇଲେ ଏହା ଘାତକ ହୋଇପାରେ ।
  • ଆଫ୍ରିକୀୟ ଦେଶଗୁଡିକରେ ଯେଉଁଠି ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା ନାହିଁ, ସେଠାରେ ପ୍ରତି ୧୦ ଆକ୍ରାନ୍ତଙ୍କ ମଧ୍ୟ ଜଣଙ୍କର ମୃତ୍ୟୁ ହୋଇଥିବା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ରିପୋର୍ଟରୁ ଜଣାପଡିଛି ।
  • ପରିଷ୍କାର ପରିଚ୍ଛନ୍ନ ରହିବା ସହ ଉପଯୁକ୍ତ ଚିକିତ୍ସା ଓ ସୁଷମ ଖାଦ୍ୟ ଖାଇଲେ ଅଧିକାଂଶ ରୋଗୀ ସୁସ୍ଥ ହୋଇଯିବା ସମ୍ଭାବନା ଅଧିକ ।
  • ମଙ୍କିପକ୍ସ ଲାଗି ଏଯାଏଁ କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ପ୍ରଣାଳୀ ବାହାରି ନାହିଁ ଲକ୍ଷଣକୁ ଦେଖି ସାଧାରଣ ଚିକିତ୍ସା କରାଯାଇଥାଏ ।
  • ଭୂତାଣୁ ଯେଭଳି ନବ୍ୟାପିବ ସେଥିଲାଗି ଆକ୍ରାନ୍ତଙ୍କୁ ପୃଥକ କରି ରଖିବାକୁ ହୁଏ ।