Advertisment

ଆନ୍ଦୋଳନରତ କୃଷକଙ୍କ ଉପରେ କାର୍‌ ଚଢ଼ାଇ ଦେଲେ ମନ୍ତ୍ରୀଙ୍କ ପୁଅ ! ହିଂସାକାଣ୍ଡରେ ୪ କୃଷକଙ୍କ ସମେତ ୮ ମୃତ

ଆନ୍ଦୋଳନରତ କୃଷକଙ୍କ ଉପରେ ଏସ୍‌ୟୁଭି ଚଢ଼ାଇ ହତ୍ୟା ଅଭିଯୋଗକୁ ନେଇ ଉତ୍ତରପ୍ରଦେଶ ଲଖିମପୁର ଖେରି ଜିଲ୍ଲାରେ ଉତ୍ତେଜନା ପ୍ରକାଶ ପାଇଛି। ହିଂସାକାଣ୍ଡରେ ବର୍ତ୍ତମାନ ସୁଦ୍ଧା ୮ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକଙ୍କ ମଧ୍ୟରେ ୪ ଜଣ କୃଷକ ଅଛନ୍ତି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
UP Violence

UP Violence

ଲକ୍ଷ୍ନୌ: ଆନ୍ଦୋଳନରତ କୃଷକଙ୍କ ଉପରେ ଏସ୍‌ୟୁଭି ଚଢ଼ାଇ ହତ୍ୟା ଅଭିଯୋଗକୁ ନେଇ ଉତ୍ତରପ୍ରଦେଶ ଲଖିମପୁର ଖେରି ଜିଲ୍ଲାରେ ଉତ୍ତେଜନା ପ୍ରକାଶ ପାଇଛି। ହିଂସାକାଣ୍ଡରେ ବର୍ତ୍ତମାନ ସୁଦ୍ଧା ୮ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକଙ୍କ ମଧ୍ୟରେ ୪ ଜଣ କୃଷକ ଅଛନ୍ତି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ ଅନେକ ସଂଖ୍ୟାରେ ପୋଲିସ ମୁତୟନ କରାଯାଇଛି। ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ଗସ୍ତ ପୂର୍ବରୁ ଖେରିରେ ଏଭଳି ହିଂସାକାଣ୍ଡ ହୋଇଛି। 

Advertisment

ସୂଚନାଥାଉ କି, ଗତକାଲି ଲଖିମପୁର ଖେରିକୁ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ଗସ୍ତ କରିବାର ଥିଲା। ଏହା ପୂର୍ବରୁ କେନ୍ଦ୍ରର କୃଷି ଆଇନକୁ ବିରୋଧ କରି ବହୁ ସଂଖ୍ୟାରେ ଚାଷୀ ରାସ୍ତା ଅବରୋଧ କରିବା ସହ ଆନ୍ଦୋଳନ କରୁଥିଲେ। ତେବେ ଉପମୁଖ୍ୟମନ୍ତ୍ରୀଙ୍କୁ ପାଛୋଟି ଆଣିବା ଲାଗି କେନ୍ଦ୍ର ଗୃହରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ର ତାଙ୍କ ଗାଡ଼ି ନେଇ ଯାଉଥିବା ବେଳେ ଚାଷୀମାନେ ରାସ୍ତାରେ ଆନ୍ଦୋଳନ କରୁଥିଲେ । ତେବେ ଆଶିଷ ଚାଷୀଙ୍କ ଆନ୍ଦୋଳନକୁ ଖାତିର ନକରି ତାଙ୍କ ଉପରେ କାର ଚଢ଼ାଇ ଦେଇଥିବା ଅଭିଯୋଗ ହୋଇଛି । ଏଥିରେ ୪ ଜଣ କୃଷକଙ୍କ ମୃତ୍ୟୁ ହୋଇଥିଲା। ଏନେଇ ହିଂସାକାଣ୍ଡ ବ୍ୟାପିବାରୁ ଅନ୍ୟ ୪ ଜଣଙ୍କ ମୃତ୍ୟୁ ହୋଇଥିଲା। ସମଗ୍ର ଘଟଣାରେ ୮ ଜଣଙ୍କ ମୃତ୍ୟୁକୁ ନେଇ ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। 

ଘଟଣାସ୍ଥଳରେ ଆନ୍ଦୋଳନକାରୀ ୩ଟି ଗାଡ଼ିରେ ନିଆଁ ଲଗାଇ ଦେଇଥିବା ଜଣାପଡ଼ିଛି। ଏବେ ବି ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବା ସହ ବହୁ ସଂଖ୍ୟକ ଚାଷୀ ଏକାଠି ହେଉଥିବାରୁ ଉତ୍ତର ପ୍ରଦେଶ ଏଡିଜି ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ହିଂସାକାଣ୍ଡକୁ ନେଇ ଚିନ୍ତା ପ୍ରକଟ କରିବା ସହ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।

Advertisment

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ଏବଂ ଅନ୍ୟ ବିରୋଧୀଦଳ ନେତା ଲଖିମପୁର ଖେରିରେ ହୋଇଥିବା ହିଂସାକାଣ୍ଡ ଘଟଣାକୁ ନିନ୍ଦା କରିଛନ୍ତି। କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି, ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବ ଓ ଅନ୍ୟ ଦଳର ନେତାମାନେ ଲକ୍ଷ୍ମୀପୁର ଖେରି ଅଭିମୁଖେ ବାହାରିଛନ୍ତି। ଏମାନେ ପୀଡ଼ିତଙ୍କ ପରିବାରକୁ ଭେଟିବେ ବୋଲି ଜଣାପଡ଼ିଛି। 

Farmers Protest Uttar Pradesh UP Violence Deputy Chief Minister Keshav Maurya Deputy CM Keshav Maurya Son
Advertisment
Advertisment