/odishatv-khabar/media/post_attachments/uploadimage/library/16_9/16_9_0/IMAGE_1656384661.jpg)
Building Collapsed In Mumbai
ମୁମ୍ବାଇର କୁର୍ଲା ନାଏକ ନଗରରେ ଗତକାଲି ମଧ୍ୟରାତ୍ରରେ ୪ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଭଗ୍ନାବଶେଷ ତଳୁ ୧୨ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ବେଳେ ୧୦ ଜଣ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।
Advertisment
ଆହତଙ୍କୁ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ଭଗ୍ନାବଶେଷ ତଳେ ୨୦-୨୨ ଜଣ ଚାପି ହୋଇ ରହିଥିବା ନେଇ ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବରପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ଏହା କେତେ ବର୍ଷ ପୁରୁଣା ବିଲ୍ଡିଂ ? କେତେଜଣ ଏଠାରେ ରହୁଥିଲେ, ତାହା ଜଣାପଡ଼ିନି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)