Advertisment

Road Accident: କ୍ଷଣିକ ଭିତରେ ସବୁ ଓଲଟପାଲଟ; ଚାଲିଗଲା ୫ ଜୀବନ; ୩୫ ଆହତ

ତୀର୍ଥଯାତ୍ରୀମାନେ ମହାରାଷ୍ଟ୍ରର ତ୍ରିମ୍ବକେଶ୍ୱରରୁ ଗୁଜରାଟର ଦ୍ୱାରିକା ଅଭିମୁଖେ ଯାଉଥିଲେ। ସାପୁତାରା ହିଲ୍‌ ଷ୍ଟେସନ ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ଖାଲକୁ ଖସି ପଡ଼ିଥିଲା।

ଅଦ୍ୟତନ ହୋଇଛି
Road Accident

Road Accident

Advertisment

ଅଧାରେ ରହିଲା ଦ୍ୱାରିକା ଯିବା। ଅଧା ବାଟରେ ଖାଲକୁ ଖସି ପଡ଼ିଲା ତୀର୍ଥଯାତ୍ରୀ ବସ୍‌। ଦୁର୍ଘଟଣାରେ ୫ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୩୫ ଜଣ ଆହତ ହୋଇଛନ୍ତି।

Advertisment

ଆହତମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନଙ୍କ ମଧ୍ୟରେ ୧୭ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନେ ମଧ୍ୟପ୍ରଦେଶର ବିଭିନ୍ନ ଜିଲ୍ଲାର ବୋଲି ଜଣାପଡ଼ିଛି। ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଓ ୩ ଜଣ ପୁରୁଷ ଅଛନ୍ତି।

ତୀର୍ଥଯାତ୍ରୀମାନେ ମହାରାଷ୍ଟ୍ରର ତ୍ରିମ୍ବକେଶ୍ୱରରୁ ଗୁଜରାଟର ଦ୍ୱାରିକା ଅଭିମୁଖେ ଯାଉଥିଲେ। ସାପୁତାରା ହିଲ୍‌ ଷ୍ଟେସନ ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ଖାଲକୁ ଖସି ପଡ଼ିଥିଲା। ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୫ ଜଣ ଆହତ ହୋଇଛନ୍ତି। ସେଠାରେ ଉପସ୍ଥିତ ଥିବା ଲୋକେ ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

Advertisment

ବସ୍‌ରେ ୪୮ ଜଣ ତୀର୍ଥଯାତ୍ରୀ ଥିଲେ।  ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି। ତେବେ କିପରି ଘଟିଲା ଏହି ଦୁର୍ଘଟଣା, ଡ୍ରାଇଭର ଆଖିଲାଗି ଯିବା ଯୋଗୁ ଏହି ଦୁର୍ଘଟଣା ଘଟିଲା ନା, ଅନ୍ୟ କିଛି କାରଣ ଅଛି ତାହା ଜଣାପଡ଼ିନାହିଁ।

ଅଧିକ ପଢ଼ନ୍ତୁ: ଭୁବନେଶ୍ୱରରେ ଫିଲ୍ମ ଷ୍ଟାଇଲରେ ଦୁର୍ଘଟଣା; ଟ୍ରକ୍ ତଳେ ପଶିଗଲେ ବାଇକ ଚାଳକ

Advertisment
Road Accident Gujarat
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ