5 Killed As Car Accident On Mumbai-Pune Highway
ମୁମ୍ବାଇ-ପୁଣେ ହାଇୱେରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଟ୍ରକ୍କୁ କାର୍ ପଛପଟୁ ଧକ୍କା ଦେବା ଯୋଗୁ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଘଟଣାସ୍ଥଳରେ ହିଁ ୪ ଜଣଙ୍କ ମୃତ୍ୟୁ ଘଟିଥିଲା। ହସ୍ପିଟାଲ୍ ନେବା ବାଟରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣାରେ କାର୍ ପୁରା କ୍ଷତିଗ୍ରସ୍ତ ହୋଇଛି। ମୃତାହତ କାର୍ରେ ଯାତ୍ରା କରୁଥିଲେ ବୋଲି ଜଣାପଡ଼ିଛି।
ସୂଚନା ଅନୁସାରେ, ଏକ କାର୍ରେ ୯ ଜଣ ବ୍ୟକ୍ତି ପୁଣେରୁ ମୁମ୍ବାଇ ଅଭିମୁଖେ ଯାତ୍ରା କରୁଥିଲେ। ଏହି ସମୟରେ ମୁମ୍ବାଇ-ପୁଣେ ହାଇୱେରେ ପଛପଟୁ ଟ୍ରକ୍କୁ କାର୍ ଧକ୍କା ଦେଇଥିଲା। ଗତକାଲି ରାତି ସାଢ଼େ ୧୧ଟାରେ ରାଇଗଡ଼ ଜିଲ୍ଲା ଖୋପଲି ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ଏଥିରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି।
ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, କାର୍ ଡ୍ରାଇଭର ନିୟନ୍ତ୍ରଣ ହରାଇବାରୁ ଟ୍ରକ୍ ପଛପଟେ ଗାଡ଼ି ପିଟିଥିଲେ। ଡ୍ରାଇଭରଙ୍କ ବିରୋଧରେ ମାମଲା ରୁଜୁ ସହ ଘଟଣାର ତଦନ୍ତ ଚାଲିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1668761457.jpg)