• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଦିଅଁ ଦର୍ଶନ ପାଇଁ ଯାଉଥିବା ବେଳେ ମାଡ଼ି ଆସିଲା ମୃତ୍ୟୁ । ଚାଲିଗଲା ଛଅ ଜଣଙ୍କ ଜୀବନ । ଉତ୍ତରପ୍ରଦେଶର ପ୍ରୟାଗରାଜରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଛଅ ଜଣଙ୍କର ଜୀବନ ଚାଲିଯାଇଥିବା ବେଳେ ପାଞ୍ଚ ଜଣ ଗୁରୁତର ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ଚାରି ଜଣ ମହିଳା ଏବଂ ଜଣେ ଶିଶୁ ଅଛନ୍ତି । ତେବେ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଏହାସହ ଆହତମାନଙ୍କୁ ଉପଯୁକ୍ତ ଚିକିତ୍ସା କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

ଅଧିକ ପଢ଼ନ୍ତୁ:ବାଇକ୍‌ରେ ଯାତ୍ରା ଦେଖି ଯାଉଥିଲେ ୫ ସାଙ୍ଗ , ପିଟି ଦେଲା ଟ୍ରକ

କାରରେ ଥିବା ସମସ୍ତ ଲୋକ ବିଦ୍ୟାଧର ଦର୍ଶନ ପାଇଁ ପ୍ରୟାଗରାଜରୁ ଶିବଗଡ ଅଭିମୁଖେ ବାହାରିଥିଲେ । ହେଲେ କିଏ ଜାଣିଥିଲା ଭଗବାନଙ୍କୁ ନଦେଖି ହିଁ ସେମାନେ ଚାଲିଯିବେ । ପ୍ରୟାଗରାଜର ହାଣ୍ଡିଆ ଟୋଲ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଏକ ଟାଭେରା  ବିଦ୍ୟୁତ ଖୁଣ୍ଟ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ କାରରେ ଥିବା ଛଅ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଗୁଡ଼ିକୁ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ ପଠାଇ ଦେଇଛି ।

ଏହି ଦୁର୍ଘଟଣା ଖବର ଶୁଣି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିଛନ୍ତି । ସିଏମଓ ପକ୍ଷରୁ ଟ୍ୱିଟ୍ କାରାଯାଇଛି, ପ୍ରୟାଗରାଜରେ ହୋଇଥିବା ସଡ଼କ ଦୁର୍ଘଟଣାରେ ଲୋକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ଖୁବ୍‌ ମର୍ମାହତ । ଆହତମାନଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ସେ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଚଳାଇବା ପାଇଁ ଡିଏମ୍ ଏବଂ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।