Advertisment

ବିଳମ୍ବିତ ରାତିରେ ଔଷଧ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀଅନ୍ତା ଜଳିଗଲେ ୬ ଜଣ

ବିଳମ୍ବିତ ରାତିରେ ଔଷଧ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ। ନିଆଁରେ ପୋଡ଼ି ହୋଇ ୬ ଜଣଙ୍କ ମୃତ୍ୟୁ ଘଟି ଥିବାବେଳେ ୧୨ ଜଣ ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶ ଏଲୁରୁ ଅଞ୍ଚଳରେ ଏକ  ଔଷଧ ଫ୍ୟାକ୍ଟ୍ରିରେ ଏହି ଅଗ୍ନିକାଣ୍ଡ ଘଟିଛି।

ଅଦ୍ୟତନ ହୋଇଛି
Fire Breaks Out At Chemical Factory In Andhra Pradesh

Fire Breaks Out At Chemical Factory In Andhra Pradesh

Advertisment

ବିଳମ୍ବିତ ରାତିରେ ଔଷଧ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ। ନିଆଁରେ ପୋଡ଼ି ହୋଇ ୬ ଜଣଙ୍କ ମୃତ୍ୟୁ ଘଟି ଥିବାବେଳେ ୧୨ ଜଣ ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶ ଏଲୁରୁ ଅଞ୍ଚଳରେ ଏକ  ଔଷଧ ଫ୍ୟାକ୍ଟ୍ରିରେ ଏହି ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ୍ ଲିକ୍ ହେବା ପରେ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ପଶ୍ଚିମ ଗୋଦାବନୀ ଜିଲ୍ଲାର ଅକିରେଡିଗୁଡେମରେ ଏହି ଫ୍ୟାକ୍ଟ୍ରି ରହିଛି। 

Advertisment

ଗତକାଲି ମଧ୍ୟରାତ୍ରିରେ ଏହି ଭୟାବହ ଅଗ୍ନିକାଣ୍ଡ ଘଟିଥିଲା। ସେତେବେଳେ ଫ୍ୟାକ୍ଟ୍ରିରେ ୧୮ ଜଣ ଥିଲେ। ଦୀର୍ଘ ୨ ଘଣ୍ଟାର ପରିଶ୍ରମ ପରେ ନିଆଁ ଆୟତ୍ତ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଏସ୍‌ପି ଓ ଜିଲ୍ଲାପାଳ ପହଞ୍ଚି ସ୍ଥିତି ଉପରେ ନଜର ରଖିଛନ୍ତି।

ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ୍‌ ଜଗନମୋହନ ରେଡ୍ଡି ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ସେ ଘୋଷଣା କରିଛନ୍ତି।  ଗୁରୁତର ଆହତଙ୍କୁ ୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଥିବା ବେଳେ ସାମାନ୍ୟ ଆହତଙ୍କ ଲାଗି ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କରାଯାଇଛି। ଅଗ୍ନିକାଣ୍ଡ ଘଟଣାକୁ ନେଇ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। 

Advertisment
Fire Mishap Fire Breaks Out At Chemical Factory
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ