Advertisment

ଜଙ୍ଗଲ ଭିତରେ ଏନ୍‌କାଉଣ୍ଟର, ୬ ମାଓବାଦୀ ନିହତ

ତେଲେଙ୍ଗାନା ଓ ଛତିଶଗଡ଼ ସୀମାରେ ଏକ ବଡ଼ ଧରଣର ଏନ୍‌କାଉଣ୍ଟର ହୋଇଛି। ଏଥିରେ ୬ ଜଣ ମାଓବାଦୀ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଥିବା ସୂଚନା ମିଳିଛି।

author-image
Rajalaxmi Sahoo
Encounter

Encounter

କିସ୍ତାରାମ(ତେଲେଙ୍ଗାନା): ତେଲେଙ୍ଗାନା ଓ ଛତିଶଗଡ଼ ସୀମାରେ ଏକ ବଡ଼ ଧରଣର ଏନ୍‌କାଉଣ୍ଟର ହୋଇଛି। ଏଥିରେ ୬ ଜଣ ମାଓବାଦୀ ନିହତ ହୋଇଛନ୍ତି। କିସ୍ତାରାମ ଥାନା ଅଞ୍ଚଳରେ ଥିବା ଏକ ଜଙ୍ଗଲରେ ଏହି ଏନ୍‌କାଉଣ୍ଟର ହୋଇଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଥିବା ସୂଚନା ମିଳିଛି। 

Advertisment

ମାଓବାଦୀମାନେ ଜଙ୍ଗଲ ଭିତରେ ଲୁଚି ରହିଥିବା ଖବର ସୁରକ୍ଷାକର୍ମୀଙ୍କୁ ମିଳିବା ପରେ ସର୍ଚ୍ଚ ଅପରେସନ୍‌ ଆରମ୍ଭ ହୋଇଥିଲା। ତେଲେଙ୍ଗାନା ପୋଲିସ୍, ଛତିଶଗଡ଼ ପୋଲିସ୍‌ ଓ ସିଆର୍‌ପିଏଫ୍‌ ପକ୍ଷରୁ ମିଳିତ ଭାବେ ସର୍ଚ୍ଚ ଅପରେସନ ହୋଇଥିଲା। 

Advertisment

Encounter Maoists Killed In Encounter
Advertisment
Advertisment