/odishatv-khabar/media/post_attachments/uploadimage/library/16_9/16_9_0/IMAGE_1653970955.jpg)
Ambulance-Truck Collision In UP
ଉତ୍ତରପ୍ରଦେଶର ବରେଲି ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଆମ୍ବୁଲାନ୍ସ ଓ ଟ୍ରକ୍ ମଧ୍ୟରେ ଧକ୍କା ହେବା ଯୋଗୁ ୭ ଜଣଙ୍କ ମୃତ୍ୟୁ ଘଟିଛି। ଆଜି ଭୋର ସମୟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମୃତକମାନେ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି।
Advertisment
ଲାନ୍ସୂସରେଚନା ଅନୁସାରେ, ମେଡିକାଲ୍ରୁ ଚେକ୍ ଅପ୍ ସାରି ଗୋଟିଏ ପରିବାରର ୬ ଜଣ ସଦସ୍ୟ ଆମ୍ବୁଲାନ୍ସରେ ଫେରୁଥିଲେ। ଏହି ସମୟରେ ବରେଲି ଜିଲ୍ଲାରେ ଟ୍ରକ୍ ସହ ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା ହୋଇଥିଲା। ପ୍ରଥମେ ଆମ୍ବୁଲାନ୍ସ ଡିଭାଇଡରରେ ପିଟି ହୋଇଥିଲା ଓ ଏହାପରେ ଟ୍ରକ୍କୁ ସାମ୍ନା ପଟୁ ଧକ୍କା ଦେଇଥିଲା। ଫଳରେ ଆମ୍ବୁଲାନ୍ସରେ ଥିବା ସମସ୍ତ ୭ ଜଣଙ୍କ ମୃତ୍ୟୁ ଘଟିଛି।
ଘଟଣାକୁ ନେଇ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଗଭୀର ଶୋକ ପ୍ରକାଶ କରିଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)