Advertisment

ବିବାହ କାର୍ଯ୍ୟକ୍ରମରେ ଯୋଗଦେଇ ଫେରୁଥିବା ବେଳେ ଭୟଙ୍କର ଦୁର୍ଘଟଣା: ୮ ମୃତ, ୩ ଗୁରୁତର

ଟ୍ରକ୍‌କୁ ପଛ ପଟୁ କାର୍‌ ପିଟିବା ଯୋଗୁ ୮ ଜଣଙ୍କ ଜୀବନ ଚାଲିଯାଇଛି। ଉତ୍ତରପ୍ରଦେଶର ସିଦ୍ଧାର୍ଥନଗରରେ ଆଜି ସକାଳେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
8 Dead In Road Accident In UP

8 Dead In Road Accident In UP

ବିବାହ କାର୍ଯ୍ୟକ୍ରମରେ ଯୋଗଦେଇ ଫେରୁଥିବା ବେଳେ ଭୟଙ୍କର ସଡ଼କ ଦୁର୍ଘଟଣା। ଟ୍ରକ୍‌କୁ ପଛ ପଟୁ କାର୍‌ ପିଟିବା ଯୋଗୁ ୮ ଜଣଙ୍କ ଜୀବନ ଚାଲିଯାଇଛି। ଉତ୍ତରପ୍ରଦେଶର ସିଦ୍ଧାର୍ଥନଗରରେ ଆଜି ସକାଳେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଗୁରୁତର ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି।

Advertisment

ସୂଚନା ଅନୁସାରେ, ଏକ SUV କାର୍‌ରେ ୧୧ ଜଣ ବିବାହ କାର୍ଯ୍ୟକ୍ରମରେ ଯୋଗ ଦେଇ ଫେରୁଥିଲେ। ଏହି ସମୟରେ ସିଦ୍ଧାର୍ଥନଗରରେ ଜୋଗିଆ କୋଟୱାଲି ଅଞ୍ଚଳରେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ପଛରେ କାର୍‌ ପିଟି ହୋଇଥିଲା। ଫଳରେ ଘଟଣାସ୍ଥଳରେ ୮ ଜଣଙ୍କର ମୃତ୍ୟୁ ଘଟିଥିଲା। ୩ ଗୁରୁତରଙ୍କୁ ଗୋରଖପୁର ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରିବା ଲାଗି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ୟୁପି ମୁଖ୍ୟମନ୍ତ୍ରୀ ମଧ୍ୟ ଦୁର୍ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି।

Advertisment

Road Accident
Advertisment
Advertisment