/odishatv-khabar/media/post_attachments/uploadimage/library/16_9/16_9_0/IMAGE_1674106967.jpg)
9 killed in head-on collision between car and truck in Maharashtra
ମହାରାଷ୍ଟ୍ର ରାଇଗଡ଼ ଜିଲ୍ଲାର ମୁମ୍ବାଇ-ଗୋଆ ହାଇୱେରେ ଭୟଙ୍କର ଦୁର୍ଘଟଣା ଘଟିଛି। ଟ୍ରକ୍-କାର୍ ମୁହାଁମୁହିଁ ଧକ୍କା ହେବା ଯୋଗୁ ୯ ଜଣଙ୍କ ମୃତ୍ୟୁ ହୋଇଛି। ଆଜି ଭୋର ୫ଟାରେ ରେପୋଲି ଗାଁରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।
ପୋଲିସ୍ ସୂଚନା ଅନୁସାରେ, ରାସ୍ତାର ବିପରୀତ ଦିଗରୁ ଆସୁଥିବା ଏକ କାର୍କୁ ଟ୍ରକ୍ ସାମ୍ନାପଟୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ୯ ଜଣଙ୍କ ଜୀବନ ଚାଲି ଯାଇଛି। ମୃତକଙ୍କ ମଧ୍ୟରେ ୪ ଜଣ ମହିଳା ଓ ଜଣେ ଶିଶୁ ଅଛନ୍ତି। ଦୁର୍ଘଟଣାରେ ୪ ବର୍ଷର ଜଣେ ଶିଶୁ ଆହତ ହୋଇଛି। ସ୍ଥାନୀୟ ଲୋକଙ୍କ ସହାୟତାରେ ପୋଲିସ୍ ଶିଶୁଟିକୁ ଉଦ୍ଧାର କରି ହସ୍ପିଟାଲ୍ରେ ଭର୍ତ୍ତି କରିଛି।
ଅଧିକ ପଢ଼ନ୍ତୁ: ରାସ୍ତାରେ ଛକିଥିଲା ଯମ...ମକର ସଜ ପାଇଁ ଯାଉଥିଲେ, ପ୍ରାଣ ହାରିଲେ
ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, କାର୍ ପୁରା ଚୁର୍ମାର୍ ହୋଇଯାଇଛି। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର ସହ ଘଟଣାର ତଦନ୍ତ ଚଳାଇଛି।
Maharashtra | Visuals from Goa-Mumbai highway in Repoli area in Raigad where a car accident left nine people, including a child, dead and another child injured. pic.twitter.com/oaH1qKyW83
— ANI (@ANI) January 19, 2023
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)