Advertisment

ମନ୍ଦିରରୁ ଦର୍ଶନ ସାରି ଘରକୁ ଫେରୁଥିଲେ, ବାଟରେ ଘଟିଲା ଭୟଙ୍କର ଦୁର୍ଘଟଣା; ୯ ମୃତ

ଗତକାଲି ରାତି ୧୧ଟାରେ କର୍ଣ୍ଣାଟକର ହାସନ ଜିଲ୍ଲାରେ ଏହି ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଟୋ ଓ କ୍ଷୀର ଗାଡ଼ି ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଛି।

ଅଦ୍ୟତନ ହୋଇଛି
9 People Died In An Accident In Karnataka

9 People Died In An Accident In Karnataka

Advertisment

ମନ୍ଦିରରୁ ଦର୍ଶନ ସାରି ଫେରୁଥିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ୯ ଜଣଙ୍କ ଜୀବନ ଚାଲି ଯାଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି। ଗତକାଲି ରାତି ୧୧ଟାରେ କର୍ଣ୍ଣାଟକର ହାସନ ଜିଲ୍ଲାରେ ଏହି ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଟୋ ଓ କ୍ଷୀର ଗାଡ଼ି ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଛି। 

Advertisment

ପୋଲିସ୍‌ ସୂଚନା ଅନୁସାରେ, ଏକ ଅଟୋରେ କିଛି ଲୋକ ଧର୍ମସ୍ଥଳ, ସୁବ୍ରମଣ୍ୟା, ହସନମ୍ବା ମନ୍ଦିରରୁ ଦର୍ଶନ ସାରି ଘରକୁ ଫେରୁଥିଲେ। ଏହି ସମୟରେ ଅଟୋଟି ଅର୍ସିକେରେ ତାଲୁକା ଅଞ୍ଚଳର ଗାନ୍ଧିନଗର ନିକଟରେ ଏକ କ୍ଷୀର ଗାଡ଼ି ସହ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ୯ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୪ ଜଣ ଶିଶୁ ଅଛନ୍ତି। ଏଥିରେ ୧୦ ଜଣ ଆହତ ହୋଇଛନ୍ତି।

ସମସ୍ତ ମୃତକ ଅଟୋରେ ଯାତ୍ରା କରୁଥିଲେ ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ହସ୍ପିଟାଲ୍‌ରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଆହତଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଖବରପାଇ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।  

Advertisment

Road Accident
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ