Advertisment

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଚମ୍ପାଇ ସୋରେନ

ହେମନ୍ତ ଜେଲ ଯିବା ପରେ ମୁଖ୍ୟମନ୍ତ୍ରୀ ହୋଇଥିଲେ ଚମ୍ପାଇ ସୋରେନ।

Hemant Soren

Hemant Soren

Advertisment

ପୁଣି ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ୍ । ଆଜି ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଚମ୍ପାଇ ସୋରେନ। ସେପଟେ ହେମନ୍ତ ସୋରେନ୍ ପୁଣି ଥରେ ବିଧାୟକ ଦଳର ନେତା ନିର୍ବାଚିତ ହୋଇଛନ୍ତି। ଏହାପରେ ସେ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ନେଇ ଦାବି ଜଣାଇଛନ୍ତି। ତେଣୁ ସେ ପୁଣି ମୁଖ୍ୟମନ୍ତ୍ରୀ ହେବେ। ନିକଟରେ ଜାମିନରେ ଜେଲରୁ ମୁକୁଳିଛନ୍ତି ହେମନ୍ତ ସୋରେନ୍। ଜମି ଦୁର୍ନୀତି ମାମଲାରେ ହେମନ୍ତ ଜେଲ ଯାଇଥିଲେ। ହେମନ୍ତ ଜେଲ ଯିବା ପରେ ମୁଖ୍ୟମନ୍ତ୍ରୀ ହୋଇଥିଲେ ଚମ୍ପାଇ ସୋରେନ।

Advertisment

ଗତ ଜୁନ ୨୮ରେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ଜାମିନ୍‌ ମିଳିଥିଲା । ଜମି ଦୁର୍ନୀତି ମାମଲାରେ ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଗତ ଜାନୁଆରୀରେ ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କୁ ଗିରଫ କରିଥିଲା। ଏହାପୂର୍ବରୁ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଇସ୍ତଫା ଦେବାର କିଛି ସମୟ ମଧ୍ୟରେ ଇଡି ହେମନ୍ତ ସୋରେନଙ୍କୁ ଗିରଫ କରିଥିଲା। ସୁପ୍ରିମକୋର୍ଟରେ ଏହି ମାମଲା ପହଞ୍ଚିଥିବା ବେଳେ ହାଇକୋର୍ଟ ତାଙ୍କୁ ଜାମିନ ଦେଇଥିଲେ ।

କୋର୍ଟରେ ଯୁକ୍ତି ବାଢିବା ସମୟରେ, ସୋରେନ୍ ରାଞ୍ଚିରେ ବେଆଇନ ଭାବେ ୮.୮୬ ଏକର ଜମି ହଡ଼ପ କରିଥିବା ଅଭିଯୋଗ କରିଥିଲା ଇଡି । ଇଡିର ଅଭିଯୋଗକୁ ଖଣ୍ଡନ କରି, ସୋରେନଙ୍କ ଗିରଫଦାରୀ ରାଜନୈତିକ ଉଦ୍ଦେଶ ପ୍ରଣୋଦିତ ଓ ମିଥ୍ୟା ମାମଲାରେ କରାଯାଇଛି ବୋଲି ହେମନ୍ତଙ୍କ ଓକିଲ କହିଥିଲେ । ଉଭୟ ପକ୍ଷଙ୍କୁ ଶୁଣିବା ପରେ ହେମନ୍ତ ସୋରେନ୍‌ଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ଦୁଇଟି ମାମଲାରେ ଦାଖଲ କରିବା ପରେ ହାଇକୋର୍ଟ ବେଲ୍ ପ୍ରଦାନ କରିଥିଲେ । 

Advertisment

ହେମନ୍ତ ସୋରେନ୍‌ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ଚମ୍ପଇ ସୋରେନ୍ । 

ଗିରଫ ପୂର୍ବରୁ ହେମନ୍ତଙ୍କ ଦିଲ୍ଲୀ ସ୍ଥିତ ବାସଭବନରେ ରେଡ୍ କରି ଇଡି ନଗଦ ୩୬ ଲକ୍ଷ ଟଙ୍କା, ଦୁଇଟି ଦାମୀ ଗାଡ଼ି ଓ ବହୁ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ଜବତ କରିଥିଲା । ତା’ ପୂର୍ବରୁ ନଅ ନଅ ଥର ସମନ ଟାଳି ଇଡି କାର୍ଯ୍ୟାଳୟରେ ହାଜର ହୋଇନଥିଲେ ହେମନ୍ତ ସୋରେନ । ଦଶମ ଥର ଲାଗି ଜାନୁଆରୀ ୨୯ କିମ୍ବା ୩୦ରେ ହାଜର ହେବାକୁ ଇଡି ହେମନ୍ତଙ୍କୁ ସୁଯୋଗ ଦେଇଥିଲା । ରାଜନୈତିକ ଆକ୍ରୋଶ ରଖି ତାଙ୍କୁ ସମନ କରାଯାଇଛି ବୋଲି ସୋରେନ କହିଥିଲେ ଏବଂ ସେ ଇଡି କାର୍ଯ୍ୟାଳୟରେ ହାଜର ହୋଇନଥିଲେ ।

Advertisment
Hemant Soren
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ