president-droupadi-murmu
ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି। ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା।
ଏହା ପରେ ରାଷ୍ଟ୍ରପତି ହେଲିକପ୍ଟର ଯୋଗେ ନୟାଗଡ଼ ଅଭିମୁଖେ ଯାଇଛନ୍ତି। ସେଠାରେ ରାଷ୍ଟ୍ରପତି ପହଞ୍ଚିବା ପରେ ନୟାଗଡ଼ର କାଳିଆପଲ୍ଲୀରେ ବିଶ୍ବାବସୁ ସମ୍ପ୍ରଦାୟର ଯଜ୍ଞରେ ଯୋଗ ଦେବେ।
ଅଧିକ ପଢ଼ନ୍ତୁ: ଗୋଟିଏ ମର୍ଡର ପାଇଁ ଅନୁମତି ମିଳୁ...' ରାଷ୍ଟ୍ରପତିଙ୍କୁ କାହିଁକି ଏମିତି କହିଲେ ମହାରାଷ୍ଟ୍ର ନେତ୍ରୀ ?
ପରେ ପରେ କଣ୍ଟିଲୋ ନୀଳମାଧବ ମନ୍ଦିର ଦର୍ଶନ କରିବେ ରାଷ୍ଟ୍ରପତି। ସନ୍ଧ୍ୟା ୬ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ରାଜଭବନ ଅଭିମୁଖେ ଯିବେ । ସେଠାରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି ।
ମଙ୍ଗଳବାର ସକାଳ ୯ଟାରେ ଦିଲ୍ଲୀ ଅଭିମୁଖେ ଫେରିଯିବେ ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଭୁବନେଶ୍ବର ବିମାନ ବନ୍ଦରରୁ ନୟାଗଡ଼ ଯାଏଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1742802954.jpg)