/odishatv-khabar/media/post_attachments/uploadimage/library/16_9/16_9_0/Amit_Shah__1728181508.jpg)
Amit Shah
ଆସନ୍ତାକାଲି ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ବୈଠକ । ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହି ବୈଠକ ବସିବ। ଏଥିରେ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ମହାରାଷ୍ଟ୍ର ଓ ମଧ୍ୟ ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗଦେବେ ।
ମାଓ ପ୍ରଭାବିତ ରାଜ୍ୟ ଗୁଡ଼ିକୁ ବିକାଶମୂଳକ ସହଯୋଗ କ୍ଷେତ୍ରରେ କାର୍ଯ୍ୟ କରୁଥିବା ୫ ଜଣ କେନ୍ଦ୍ର ମନ୍ତ୍ରୀ ମଧ୍ୟ ଏହି ବୈଠକରେ ଯୋଗଦେବେ । ସେହିଭଳି ଅତିରିକ୍ତ ଜାତୀୟ ସୁରକ୍ଷା ପରାମର୍ଶଦାତାଙ୍କ ସମେତ କେନ୍ଦ୍ର, ରାଜ୍ୟର ବରିଷ୍ଠ ଅଧିକାରୀ, କେନ୍ଦ୍ରୀୟ ଶସସ୍ତ୍ର ବଳର ଅଧିକାରୀମାନେ ମଧ୍ୟ ସାମିଲ ହେବେ ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।
ଆସନ୍ତା ୭ରେ ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ବୈଠକ। ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହି ବୈଠକ ବସିବ।#Naxal#AmitShah#HomeMinister#OTVpic.twitter.com/lbN4Kg56Od
— ଓଟିଭି (@otvkhabar) October 5, 2024
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)