୭ରେ ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକ, ଆଲୋଚନା କରିବେ କେନ୍ଦ୍ର ଗୃହ ମନ୍ତ୍ରୀ

ମାଓ ପ୍ରଭାବିତ ରାଜ୍ୟ ଗୁଡ଼ିକୁ ବିକାଶମୂଳକ ସହଯୋଗ କ୍ଷେତ୍ରରେ କାର୍ଯ୍ୟ କରୁଥିବା ୫ ଜଣ କେନ୍ଦ୍ର ମନ୍ତ୍ରୀ ମଧ୍ୟ ଏହି ବୈଠକରେ ଯୋଗଦେବେ ।

Amit Shah

ଆସନ୍ତାକାଲି ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ବୈଠକ । ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହି ବୈଠକ ବସିବ। ଏଥିରେ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ମହାରାଷ୍ଟ୍ର ଓ ମଧ୍ୟ ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗଦେବେ ।

ମାଓ ପ୍ରଭାବିତ ରାଜ୍ୟ ଗୁଡ଼ିକୁ ବିକାଶମୂଳକ ସହଯୋଗ କ୍ଷେତ୍ରରେ କାର୍ଯ୍ୟ କରୁଥିବା ୫ ଜଣ କେନ୍ଦ୍ର ମନ୍ତ୍ରୀ ମଧ୍ୟ ଏହି ବୈଠକରେ ଯୋଗଦେବେ । ସେହିଭଳି ଅତିରିକ୍ତ ଜାତୀୟ ସୁରକ୍ଷା ପରାମର୍ଶଦାତାଙ୍କ ସମେତ କେନ୍ଦ୍ର, ରାଜ୍ୟର ବରିଷ୍ଠ ଅଧିକାରୀ, କେନ୍ଦ୍ରୀୟ ଶସସ୍ତ୍ର ବଳର ଅଧିକାରୀମାନେ ମଧ୍ୟ ସାମିଲ ହେବେ ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।