ଅର୍ଜୁନ ମୁଣ୍ଡାଙ୍କୁ ମିଳିଲା କେନ୍ଦ୍ର କୃଷି ମନ୍ତ୍ରାଳୟ ଦାୟିତ୍ୱ

କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନରେନ୍ଦ୍ର ସିଂ ତୋମରଙ୍କ ଇସ୍ତଫା ପରେ ଅର୍ଜୁନ ମୁଣ୍ଡାଙ୍କୁ ମିଳିଲା କେନ୍ଦ୍ର କୃଷି ମନ୍ତ୍ରାଳୟ ଦାୟିତ୍ୱ ।

Arjun Munda

୪ କେନ୍ଦ୍ର ମନ୍ତ୍ରୀଙ୍କୁ ଅତିରିକ୍ତ ଦାୟିତ୍ୱ ଦେଲେ ସରକାର । ଅର୍ଜୁନ ମୁଣ୍ଡାଙ୍କୁ ମିଳିଲା କେନ୍ଦ୍ର କୃଷି ମନ୍ତ୍ରାଳୟ ଦାୟିତ୍ୱ । ନରେନ୍ଦ୍ର ସିଂ ତୋମରଙ୍କ ଇସ୍ତଫା ପରେ ତାଙ୍କୁ ଏହି ଦାୟିତ୍ୱ ମିଳିଛି । ଆଦିବାସୀ ମନ୍ତ୍ରାଳୟ ସହ ଅତିରିକ୍ତ ଦାୟିତ୍ୱରେ ରହିବେ ଅର୍ଜୁନ । ସେପଟେ କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନରେନ୍ଦ୍ର ସିଂ ତୋମାର, ପ୍ରହଲ୍ଲାଦ ସିଂ ପଟେଲ ଏବଂ ରେଣୁକା ସିଂ ସରୁତା କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ବେଳେ ତାଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରିଛନ୍ତି ରାଷ୍ଟ୍ରପତି ।

ଏଥିସହ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ଅତିରିକ୍ତ ମନ୍ତ୍ରାଳୟର ଦାୟିତ୍ୱ ଦିଆଯାଇଛି । କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କୁ କୃଷି ଓ କୃଷକ ସଶକ୍ତିକରଣ, କେନ୍ଦ୍ରମନ୍ତ୍ରୀ ସୁଶ୍ରୀ ଶୋଭା କରନ୍ଦଲାଜେଙ୍କୁ ଖାଦ୍ୟ ପ୍ରକ୍ରିୟାକରଣ, କେନ୍ଦ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖରଙ୍କୁ ଜଳଶକ୍ତି ଏବଂ ଡାକ୍ତର ଭାରତ ପ୍ରବୀଣ ପାୱାରଙ୍କୁ ଆଦିବାସୀ ବ୍ୟାପାର ବିଭାଗର ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି ରାଷ୍ଟ୍ରପତି ।