/odishatv-khabar/media/post_attachments/uploadimage/library/16_9/16_9_0/Encounter_1723625119.jpg)
Encounter
ଜମ୍ମୁ କାଶ୍ମୀରରେ ସର୍ଚ୍ଚ ଅପରେସନ ବେଳେ ବଡ଼ ଅଘଟଣ । ୪୮ ରାଷ୍ଟ୍ରୀୟ ରାଇଫଲର ଜଣେ କ୍ୟାପଟେନ ସହିଦ୍ ହୋଇଥିବା ସୂଚନା ମିଳିଛି । ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ଏହି ଅଘଟଣ ଘଟିଛି । ସୂଚନା ଅନୁସାରେ ଜମ୍ମୁ କାଶ୍ମୀରର ଡୋଡା ଜିଲ୍ଲାର ଅସାର ଅଞ୍ଚଳର ଘଞ୍ଚ ଜଙ୍ଗଲ ଭିତରେ ଏକ ମିଳିତ ସର୍ଚ୍ଚ ଅପରେସନ ଚାଲିଥିଲା ।
Advertisment
ଶିବଗଡ-ଆସାର ଅଞ୍ଚଳରେ ୪ଜଣ ଆତଙ୍କବାଦୀ ଲୁଚିଥିବା ଖବର ପାଇ ମିଳିତ ଭାବେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । ଏଇ ସମୟରେ ଆତଙ୍କବାଦୀମାନେ ଗୁଳି ଚଳାଇବାରୁ ସେନା ଯବାନମାନେ ପାଲଟା ଗୁଳି ଚାଳନା କରିଥିଲେ । ଏନକାଉଣ୍ଟର ସମୟରେ ଜଣେ ସାଧାରଣ ନାଗରିକ ମଧ୍ୟ ଆହତ ହୋଇଥିବା ସୂଚନା ମିଳିଛି ।
ଏଥିରେ ଜଣେ ଆର୍ମି କ୍ୟାପଟେନ ସହିଦ ହୋଇଛନ୍ତି । ତେବେ ମୃତ ଆର୍ମି କ୍ୟାପଟେନଙ୍କ ପରିଚୟ ମିଳି ପାରିନାହିଁ । ଆକ୍ରମଣ ପରେ ଆତଙ୍କବାଦୀମାନେ ଖସି ପଳାଇଥିବାରୁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏବେ ୪ଜଣଙ୍କୁ ଖୋଜିବା ଆରମ୍ଭ କରାଯାଇଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)