• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

୪ ବର୍ଷ ୪ ମାସ ୬ ଦିନ ପରେ ମୋଦି ସରକାରଙ୍କ ନିଷ୍ପତ୍ତି ଉପରେ ଲାଗିଲା ‘ସୁପ୍ରିମ’ ମୋହର । ଜାମ୍ମୁ କାଶ୍ମୀରରେ '୩୭୦' ଉଚ୍ଛେଦକୁ ନେଇ ସୁପ୍ରିମକୋର୍ଟ ବଡ଼ ରାୟ ଶୁଣାଇଛନ୍ତି । '୩୭୦' ଉଚ୍ଛେଦକୁ ବୈଧ କହିବା ସହ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ କାଏମ ରଖିଛନ୍ତି ସୁପ୍ରିମକୋର୍ଟ । ଏହି ରାୟକୁ ନେଇ ୫ ଜଣିଆ ଖଣ୍ଡପୀଠଙ୍କ ସହମତି ଥିବା ସୂଚନା ମିଳିଛି ।

ସଂସଦର ନିଷ୍ପତ୍ତିରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିପାରିବନି । ରାଷ୍ଟ୍ରପତିଙ୍କ ନିଷ୍ପତ୍ତିରେ କିଛି ଭୁଲ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି । ଧାରା ୩୭୦ ଜାମ୍ମୁ କାଶ୍ମୀରକୁ ଭାରତରେ ମିଶ୍ରଣ ପାଇଁ । ଭାରତରେ ମିଶ୍ରଣ ପାଇଁ ଏହା ଏକ ବାଧା ନୁହେଁ । ଧାରା ୩୭୦ ଏକ ଅସ୍ଥାୟୀ ବ୍ୟବସ୍ଥା।ଭାରତରେ ମିଶ୍ରଣ ସହିତ ଜାମ୍ମୁ କାଶ୍ମୀରର ସାର୍ବଭୌମତ୍ୱ ସରିଥିଲା ବୋଲି ସୁପ୍ରିମକୋର୍ଟ କହିଛନ୍ତି ।

ସେହିପରି ଜାମ୍ମୁ କାଶ୍ମୀରକୁ ପୁଣି ରାଜ୍ୟ ମାନ୍ୟତା ଦେବା ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଯଥା ଶୀଘ୍ର ଜାମ୍ମୁ କାଶ୍ମୀରକୁ ରାଜ୍ୟ ମାନ୍ୟତା ଫେରାଇବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି । ଅନ୍ୟପଟେ ଲଦାଖକୁ କେନ୍ଦ୍ରଶାସିତ ଅଞ୍ଚଳ ଘୋଷିତ ନିଷ୍ପତ୍ତି ବଳବତ୍ତର ରଖିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ଅନ୍ୟପଟେ ଜାମ୍ମୁ କାଶ୍ମୀରରେ ନିର୍ବାଚନ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି । ୨୦୨୪ ସେପ୍ଟେମ୍ବର ୩୦ ସୁଦ୍ଧା ନିର୍ବାଚନ ପାଇଁ ନିର୍ବାଚନ କମିଶନଙ୍କୁ ନିର୍ଦ୍ଦେଶ ଦେଲେ ସର୍ବୋଚ୍ଚ କୋର୍ଟ ।

୨୦୧୯ରେ ଜମ୍ମୁ ଓ କାଶ୍ମୀରକୁ ସ୍ୱତନ୍ତ୍ର ମାନ୍ୟତା ଦେଉଥିବା ଧାରା ୩୭୦କୁ କେନ୍ଦ୍ର ସରକାର ଉଚ୍ଛେଦ କରିଥିଲେ । ଏହାପରେ ଜାମ୍ମୁ କଶ୍ମୀର ସ୍ୱତନ୍ତ୍ର ରାଜ୍ୟ ପରିବର୍ତ୍ତେ କେନ୍ଦ୍ରଶାସିତ ଅଞ୍ଚଳର ମାନ୍ୟତା ପାଇଥିଲା । ଜମ୍ମୁ ଓ କାଶ୍ମୀର ରାଜ୍ୟକୁ ଭାଙ୍ଗି ଦୁଇ କେନ୍ଦ୍ର ଶାସିତ ଅଞ୍ଚଳ ଜମ୍ମୁ ଓ କାଶ୍ମୀର ଏବଂ ଲଦାଖରେ ପରିଣତ କରାଯାଇଥିଲା । ମାତ୍ର NC, PDP ସମେତ ଏକାଧିକ ଦଳ ଏହାକୁ ବିରୋଧ କରିବା ସହ ସୁପ୍ରିମକୋର୍ଟରେ ପିଟିସନ ଦାଖଲ କରିଥିଲେ ।