• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ନବକଳେବର ହୋଇଥିବା ଅଯୋଧ୍ୟା ଧାମ ଷ୍ଟେସନର ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୨୪୦ କୋଟି ଟଙ୍କା ବ୍ୟୟରେ ଅଯୋଧ୍ୟା ଧାମ ଷ୍ଟେସନର ଆଧୁନିକୀକରଣ କରାଯାଇଛି । ଏହି ଅତ୍ୟାଧୁନିକ ଷ୍ଟେସନରେ ଯାତ୍ରୀଙ୍କୁ ଅନେକ ସୁବିଧା ମିଳିବ ।

ଷ୍ଟେସନରେ ଯାତ୍ରୀଙ୍କ ସୁବିଧା ପାଇଁ ଲିଫ୍ଟ ଏସକେଲେଟର, ଫୁଡ୍ ପ୍ଲାଜା, ପୂଜା ସାମଗ୍ରୀ ଦୋକାନ, ଯାତ୍ରୀ ଜିନିଷ ରଖିବା ସ୍ଥାନ, ଶିଶୁ ଯତ୍ନ ଗୃହ ଓ ପ୍ରତୀକ୍ଷାଳୟ ରହିଛି । ଷ୍ଟେସନ ଲୋକାର୍ପଣ ଉତ୍ସବରେ ଉତ୍ତରପ୍ରଦେଶ ରାଜ୍ୟପାଳ ଆନନ୍ଦିବେନ୍ ପଟେଲ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ପ୍ରମୁଖ ଉପସ୍ଥିତ ଥିଲେ ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ୨ଟି ଅମୃତ ଭାରତ ଟ୍ରେନ୍ ଓ ୬ଟି ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିଥିଲେ । ଅମୃତ ଭାରତ ଟ୍ରେନ୍ ହେଉଛି ଦେଶର ଏକ ନୂତନ ଧରଣର ସୁପରଫାଷ୍ଟ ଯାତ୍ରୀବାହୀ ଟ୍ରେନ୍ । ଯେଉଁଥିରେ ଏକ ଅଣ-ଶୀତତାପ ନିୟନ୍ତ୍ରିତ କୋଚ୍ ସହିତ LHB କୋଚ ଦ୍ୱାରା ଚଳାଚଳ କରିବ ।

ଏହା ଏକ ପୁସ୍ ପୁଲ ଟ୍ରେନ୍ ଭାବେ ଉଭୟ ପାର୍ଶ୍ୱରେ ଇଂଜିନ ସହିତ ଚଳାଚଳ କରିବ । ଟ୍ରେନରେ ଯାତ୍ରୀଙ୍କ ପାଇଁ ସୁନ୍ଦର ତଥା ଆକର୍ଷଣୀୟ ଡିଜାଇନ୍ ସିଟ୍, ଉନ୍ନତ ଲଗେଜ୍ ର୍ୟାକ୍, ଉପଯୁକ୍ତ ମୋବାଇଲ୍ ଧାରକ ସହିତ ମୋବାଇଲ୍ ଚାର୍ଜିଂ ପଏଣ୍ଟ, ଏଲଇଡି ଲାଇଟ୍, ସିସିଟିଭି, ସର୍ବସାଧାରଣ ସୂଚନା ବ୍ୟବସ୍ଥା ଭଳି ଉନ୍ନତ ସୁବିଧା ରହିଛି ।

ତେବେ ଟ୍ରେନ ଶୁଭାରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ ଅଯୋଧ୍ୟାରେ ବିଶାଳ ରୋଡ ସୋ କରିଥିଲେ । ହଜାର ହଜାର ଲୋକ ରାସ୍ତାର ଉଭୟ ପାର୍ଶ୍ବରେ ରହି ପୁଷ୍ପବର୍ଷା କରି ସ୍ବାଗତ କରିଥିଲେ । ସେପଟେ ଅଯୋଧ୍ୟା ପୁରା ସଜେଇ ହୋଇ ଗଲାଣି । ଜାନୁଆରୀ ୨୨ରେ ନବନିର୍ମିତ ଭବ୍ୟ ଓ ଦିବ୍ୟ ମନ୍ଦିରରେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ପ୍ରାଣପ୍ରତିଷ୍ଠା ହେବାକୁ ଥିବା ବେଳେ ଆଜି ସମୀକ୍ଷା ପାଇଁ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଏଥିସହ ନବନିର୍ମିତ ମହର୍ଷି ବାଲ୍ମିକୀ ଇଣ୍ଟରନ୍ୟାସନାଲ ଏୟାରପୋର୍ଟ ଉଦଘାଟନ, ନବୀକୃତ ଅଯୋଧ୍ୟା ଧାମ ଜଙ୍କସନ୍ ରେଲୱେ ଷ୍ଟେସନର ଲୋକାର୍ପଣ ଏବଂ ବନ୍ଦେ ଭାରତ ଓ ଅମୃତ ଭାରତ ଟ୍ରେନର ଶୁଭାରମ୍ଭ କରିଛନ୍ତି ମୋଦି । ଏଥିସହ ମୋଟ ୧୫ ହଜାର ୭୦୦ କୋଟିର ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ ସହିତ ଅଯୋଧ୍ୟାରେ ଜନସଭାକୁ ସମ୍ବୋଧନ କରିବେ ମୋଦି । ଏହାସହ ମୋଦିଙ୍କ ରୋଡ୍ ଶୋ' କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ଅଯୋଧ୍ୟାରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।