Advertisment

ବିଶିଷ୍ଟ ଓଡ଼ିଆଙ୍କୁ ମିଳିଲା ପଦ୍ମଶ୍ରୀ

ବିଶିଷ୍ଟ ଓଡ଼ିଆଙ୍କୁ ମିଳିଲା ପଦ୍ମଶ୍ରୀ ସମ୍ମାନ। ବାବା ବଳିଆ, ଶାସ୍ତ୍ରୀୟ ସଂଗୀତ ଗାୟିକା ଶ୍ୟାମାମଣି ଦେବୀ, ସାହିତ୍ୟିକ ନରସିଂହ ପ୍ରସାଦ ଗୁରୁଙ୍କୁ ସମ୍ମାନଜନକ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି।

ଅଦ୍ୟତନ ହୋଇଛି
 Baba Balia Receives Padma Shri Award

Baba Balia Receives Padma Shri Award

Advertisment

ବିଶିଷ୍ଟ ଓଡ଼ିଆଙ୍କୁ ମିଳିଲା ପଦ୍ମଶ୍ରୀ ସମ୍ମାନ। ଆଧ୍ୟାତ୍ମିକ ଗୁରୁ ବାବା ବଳିଆ, ଶାସ୍ତ୍ରୀୟ ସଂଗୀତ ଗାୟିକା ଶ୍ୟାମାମଣି ଦେବୀ, ସାହିତ୍ୟିକ ନରସିଂହ ପ୍ରସାଦ ଗୁରୁଙ୍କୁ ସମ୍ମାନଜନକ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି। ସ୍ୱତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରିଛନ୍ତି। ଏହାସହ ଅନେକ ବିଶିଷ୍ଟ ବ୍ୟକ୍ତିଙ୍କୁ ମଧ୍ୟ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି। 

Advertisment

ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ୨୦୨୨ ପାଇଁ ଘୋଷିତ ପଦ୍ମ ସମ୍ମାନ ପ୍ରଦାନ କରାଯାଇଛି। ସାମାଜିକ ସେବା ପାଇଁ ଆଧ୍ୟାତ୍ମିକ ଗୁରୁ ବାବା ବଳିଆଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିବା ବେଳେ ଶାସ୍ତ୍ରୀୟ ସଂଗୀତ ଗାୟିକା ଶ୍ୟାମାମଣି ଦେବୀଙ୍କୁ କଳା କ୍ଷେତ୍ରରେ ଓ ସାହିତ୍ୟ ପାଇଁ ନରସିଂହ ପ୍ରସାଦ ଗୁରୁଙ୍କୁ ରାଷ୍ଟ୍ରପତି ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି।  

Padma Shri Padma Shri Award Baba Balia
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ