Advertisment

ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ; ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଲାଣି ପ୍ରଭାବ...

ଏସସି-ଏସଟି ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ୧୨ ଘଣ୍ଟିଆ ବନ୍ଦ ପାଳନ କରୁଛନ୍ତି ବିଭିନ୍ନ ଦଳିତ ସଂଗଠନ। ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଲାଣି ବନ୍ଦ ପ୍ରଭାବ।

author-image
Sujit kumar Swain
ଅଦ୍ୟତନ ହୋଇଛି
Bharat Bandh Today

Bharat Bandh

ଆଜି ଭାରତ ବନ୍ଦ। ଏସସି-ଏସଟି ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ୧୨ ଘଣ୍ଟିଆ ବନ୍ଦ ପାଳନ କରୁଛନ୍ତି ବିଭିନ୍ନ ଦଳିତ ସଂଗଠନ। ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଲାଣି ବନ୍ଦ ପ୍ରଭାବ। ପିକେଟିଂ କରି ରାସ୍ତାକୁ ଓହ୍ଲାଇଲେଣି ଆନ୍ଦୋଳନକାରୀ। 

Advertisment

ସମ୍ବଲପୁର କ୍ଷେତରାଜପୁର ଷ୍ଟେସନରେ ଦୁଇଟି ଟ୍ରେନକୁ ଅଟକାଇଛନ୍ତି। ସମ୍ବଲପୁର-ପୁରୀ ଓ ସମ୍ବଲପୁର-ରାୟଗଡ଼ା ଇଣ୍ଟରସିଟି ଏକ୍ସପ୍ରେସକୁ ଅଟକାଇଛନ୍ତି ଆନ୍ଦୋଳନକାର। ସେପଟେ ବଲାଙ୍ଗିର ସହରରେ ଅନୁସୂଚିତ ଜାତି ଓ ଜନଜାତି ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପିକେଟିଂ କରାଯାଇଛି। ଜିଲ୍ଲା ମୁଖ୍ୟ ଡାକଘର ସମ୍ମୁଖରେ ସ୍ଲୋଗାନ୍ ଦେଇ ପ୍ରତିବାଦ ଆରମ୍ଭ କରିଛନ୍ତି ଆନ୍ଦୋଳନକାରୀ।

ଅଧିକ ପଢ଼ନ୍ତୁ: UPSC ଲେଟେରାଲ ଏଣ୍ଟ୍ରି ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ୟୁଟର୍ଣ୍ଣ

ବଲାଙ୍ଗୀର, କୋରାପୁଟ, ସୁବର୍ଣ୍ଣପୁର, ଯାଜପୁର ଓ ଅନୁଗୋଳରୁ ବିଭିନ୍ନ ଦଳିତ ସଂଗଠନ ଏହି ବନ୍ଦରେ ସାମିଲ ହେବା ନେଇ ସମର୍ଥନ ଜଣାଇଥିଲେ। ଭିମ୍ ଆର୍ମି, ନାସନାଲ କନଫେଡେରେସନ୍ ଅଫ୍ ଦଳିତ ଅର୍ଗନାଇଜେସନ୍, ଓଡ଼ିଶା ଆଦିବାସୀ କଲ୍ୟାଣ ମହାସଂଘ, ଆଦିବାସୀ ଏକତା ପରିଷଦ ଓ ବିଭିନ୍ନ ଦଳି ସଂଗଠନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। 

Advertisment

ଗତ ଅଗଷ୍ଟ ୧ ତାରିଖରେ ସୁପ୍ରିମକୋର୍ଟ ଏସସି-ଏସଟିଙ୍କୁ ଆର୍ଥିକ ଦୃଷ୍ଟିରୁ ବର୍ଗୀକରଣ କରାଯାଇ, ସଂରକ୍ଷଣ ଦେବାକୁ ରାୟ ଦେଇଥିଲେ। ଏହା ଦ୍ବାରା ମୂଳ ଆଇନ୍ ପ୍ରଭାବିତ ହେବା ଆଶଙ୍କା କରି ଆଜି ଆନ୍ଦୋଳେନକୁ ଓହ୍ଲାଇଛନ୍ତି ବିଭିନ୍ନ ସଂଗଠନ। ନିଷ୍ପତ୍ତିକୁ ପ୍ରତ୍ୟାହାର କିମ୍ବା ପୁନର୍ବିଚାର ପାଇଁ ଦାବି କରିଛନ୍ତି।

Bharat Bandh
Advertisment
Advertisment