• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ବିହାର ବୈଶାଳୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଶୋଭାଯାତ୍ରା ଉପରେ ଚଢ଼ିଗଲା ଟ୍ରକ୍ । ଏଥିରେ ୭ ଶିଶୁଙ୍କ ସମେତ ୧୨ ଜଣଙ୍କ ଶୋଚନୀୟ ମୃତ୍ୟୁ ଘଟିଥିବା ବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି । ବୈଶାଳୀ ଜିଲ୍ଲାର ମେହନାର ଅଞ୍ଚଳରେ ଘଟିଛି ଦୁର୍ଘଟଣା ।

ରାତି ପ୍ରାୟ ୯ଟା ବେଳେ ରାସ୍ତା କଡ଼ରେ ଥିବା ଏକ ବରଗଛ ମୁଳେ ଶତାଧିକ ଲୋକେ ଏକାଠି ହୋଇ ପୂଜାର୍ଚ୍ଚନା କରୁଥିଲେ । ଠିକ୍ ଏହି ସମୟରେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ ଭାରସାମ୍ୟ ହରାଇ ଭିଡ଼ ଭିତରେ ଚଢ଼ି ଯାଇଥିଲା । ଫଳରେ ଘଟଣାସ୍ଥଳରେ ୭ ଶିଶୁଙ୍କ ସମେତ ୧୨ ଜଣ ପ୍ରାଣ ହରାଇଛନ୍ତି । ଏହି ଦୁର୍ଘଟଣାରେ ଅନେକ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ କରିବା ସହ ତଦନ୍ତ ଆରମ୍ଭ କରିଛି । କିଭଳି ସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ତାର ଅନୁଧ୍ୟାନ କରୁଛି ପୋଲିସ ।

ଘଟଣାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଭୀର ଶୋକ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ମୃତକଙ୍କ ପରିବାରକୁ ପିଏମ୍ ରିଲିଫ୍ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିବା ସହ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଦେବା ଲାଗି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।

ସେହିପରି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଧ୍ୟ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଦେବାକୁ ଘୋଷଣା କରିଛନ୍ତି । ଏଥିସହ ସେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।