Advertisment

MP Pratap Sarangi Injured: ସାଂସଦ ପ୍ରତାପ ଷଡଙ୍ଗୀଙ୍କୁ ଠେଲିଦେଲେ ରାହୁଲ୍ ! ତଳେ ପଡ଼ି ଫାଟିଲା ମୁଣ୍ଡ

ତାଙ୍କ ମୁଣ୍ଡରେ ଆଘାତ ଲାଗିଛି। ରାହୁଲ ଗାନ୍ଧୀଙ୍କ ତାଙ୍କୁ ଠେଲି ଦେବା ପରେ ସେ ପଡିଯାଇ ଆହତ ହୋଇଛନ୍ତି ବୋଲି ବାଲେଶ୍ବର ସାଂସଦ କହିଛନ୍ତି । ସେ କହିଛନ୍ତି ଯେ, ମୁଁ ଛିଡା ହୋଇଥିଲି। ରାହୁଲ ଗାନ୍ଧୀ ଜଣେ ସାଂସଦଙ୍କୁ ଠେଲିଦେଲେ ଏବଂ ସେହି ସାଂସଦ ମୋ ଉପରେ ପଡ଼ିଗଲେ। ଏହାପରେ ମୁଁ ପଡ଼ିଗଲି।

ଅଦ୍ୟତନ ହୋଇଛି
Balasore MP Pratap Sarangi Injured

Balasore MP Pratap Sarangi Injured

Advertisment

ସିଡିରୁ ପଡିଗଲେବିଜେପି ସାଂସଦ ପ୍ରତାପ ଷଡଙ୍ଗୀ। ଆହତ। ସଂସଦ ଭିତରେ ଠେଲାପେଲା ପରେ ଆହତ ହୋଇଥିବା ସୂଚନା ମିଳିଛି। ତାଙ୍କ ମୁଣ୍ଡରେ ଆଘାତ ଲାଗିଛି। ରାହୁଲ ଗାନ୍ଧୀଙ୍କ ତାଙ୍କୁ ଠେଲି ଦେବା ପରେ ସେ ପଡିଯାଇ ଆହତ ହୋଇଛନ୍ତି ବୋଲି ବାଲେଶ୍ୱର ସାଂସଦ କହିଛନ୍ତି । ସେ କହିଛନ୍ତି ଯେ, ମୁଁ ଛିଡା ହୋଇଥିଲି। ରାହୁଲ ଗାନ୍ଧୀ ଜଣେ ସାଂସଦଙ୍କୁ ଠେଲିଦେଲେ ଏବଂ ସେହି ସାଂସଦ ମୋ ଉପରେ ପଡ଼ିଗଲେ। ଏହାପରେ ମୁଁ ପଡ଼ିଗଲି।

Advertisment

ଅଧିକ ପଢ଼ନ୍ତୁ:ଗଞ୍ଜାମରେ ଘନଉଛି କି ବିଜେଡି କଳି ? ନବୀନ ନିବାସ ଦ୍ୱାରସ୍ଥ ହେଲେ ନେତା

Advertisment

ଏପ୍ରସଙ୍ଗରେ ରାହୁଲ ଗାନ୍ଧୀ ମୁହଁ ଖୋଲିଛନ୍ତି। ପ୍ରତାପ ଷଡଙ୍ଗୀଙ୍କ ଅଭିଯୋଗ ପରେ ରାହୁଲ ଗାନ୍ଧୀ କହିଛନ୍ତି ଯେ, ହଁ ମୁଁ ଏହା କରିଛି, ଠିକ୍ ଅଛି ... ଠେଲିବା ଦ୍ୱାରା କିଛି ହାସଲ ହୁଏ ନାହିଁ। ମୁଁ ସଂସଦ ଭିତରକୁ ଯିବାକୁ ଚାହୁଁଥିଲି । ସଂସଦକୁ ଯିବା ମୋର ଅଧିକାର, ମୋତେ ଅଟକାଇବାକୁ ଚେଷ୍ଟା କରାଯାଇଥିଲା। ଆମକୁ ସଂସଦରେ ପ୍ରବେଶ କରିବାକୁ ବାରଣ କରାଯାଉଥିଲା। ବିଜେପି ସାଂସଦମାନେ ଆମକୁ ଠେଲାପେଲା କରିଥିଲେ। 

Advertisment

ସଂସଦ ପ୍ରବେଶ ପଥରେ ବିକ୍ଷୋଭ ଚାଲିଥିଲା । ବିରୋଧି ‘ଆମ୍ବେଦକର’ ପ୍ରସଙ୍ଗକୁ ନେଇ ବିକ୍ଷୋଭ କରୁଥିଲେ। ଇଣ୍ଡି ମେଣ୍ଟର ସାଂସଦମାନେ ନୀଳ ରଙ୍ଗର ପୋଷାକ ପିନ୍ଧି ଆମ୍ବେଦକର ପ୍ରତିମୂର୍ତ୍ତି ତଳେ ବିକ୍ଷୋଭ କରୁଥିଲେ। କଂଗ୍ରେସ କହିଛି ଯେ, ଗୃହମନ୍ତ୍ରୀ ଅମିତ ଶାହ ବାବା ସାହେବ ଆମ୍ବେଦକରଙ୍କୁ ଅପମାନିତ କରିଛନ୍ତି। ତାଙ୍କର ଅପରାଧ କ୍ଷମା ଯୋଗ୍ୟ ନୁହେଁ। ପୂରା ସିଷ୍ଟମ୍ ତାଙ୍କୁ ବଞ୍ଚାଇବାକୁ ଚେଷ୍ଟା କରୁଛି।

ଅଧିକ ପଢ଼ନ୍ତୁ:BJDକୁ ଟାର୍ଗେଟ୍ କଲେ ମୁଖ୍ୟମନ୍ତ୍ରୀ; କହିଲେ-'ପୋଲିସକୁ ରାଜନୈତିକ ଅସ୍ତ୍ର ଭାବେ ବ୍ୟବହାର କରୁଥିଲା ପୂର୍ବ ସରକାର'

India News Pratap Sarangi Rahul Gandhi Parliament
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ