• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ଦୁର୍ଗାପୂଜା ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । କେନ୍ଦ୍ରୀୟ କର୍ମଚାରୀଙ୍କୁ ସରକାର ପୂଜା ଭେଟି ଦେଇଛନ୍ତି । ଦୁର୍ଗାପୂଜା ପୂର୍ବରୁ କେନ୍ଦ୍ର ସରକାର କର୍ମଚାରୀମାନଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪% ବୃଦ୍ଧି କରାଯାଇଛି । ବର୍ଦ୍ଧିତ ଡିଏ ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ଏହା ଉପରେ ମୋହର ମାରିଛି । ତେଣୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪% ବୃଦ୍ଧି କରାଯାଇଛି । ଫଳରେ ଏବେ କର୍ମଚାରୀ ମାନଙ୍କ ଡିଏ ୪୨ରୁ ୪୬ ପ୍ରତିଶତକୁ ବୃଦ୍ଧି ପାଇଛି । ପୂର୍ବରୁ କେନ୍ଦ୍ରୀୟ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କରାଯିବା ନେଇ ଆଶା କରାଯାଉଥିଲା ।

କର୍ମଚାରୀମାନେ ପିଛିଲା ଭାବେ ଜୁଲାଇ ୧ ତାରିଖରୁ ଏହାକୁ ପାଇବେ । କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଯୋଗୁଁ ଦେଶର ପ୍ରାୟ ୪୮.୬୭ ଲକ୍ଷ କେନ୍ଦ୍ର କର୍ମଚାରୀ ଉପକୃତ ହେବେ । ସେହିପରି ୬୭.୯୫ ଲକ୍ଷ ପେନସନ୍‌ ଭୋଗୀ ଏହାର ଲାଭ ଉଠାଇପାରିବେ । ପୂର୍ବରୁ ଚଳିତ ବର୍ଷ ମାର୍ଚ୍ଚ ମାସରେ କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରାଯାଇଥିଲା । ୪ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଥିଲେ କେନ୍ଦ୍ର ସରକାର ।