Cabinet hikes dearness allowance
ଦୁର୍ଗାପୂଜା ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । କେନ୍ଦ୍ରୀୟ କର୍ମଚାରୀଙ୍କୁ ସରକାର ପୂଜା ଭେଟି ଦେଇଛନ୍ତି । ଦୁର୍ଗାପୂଜା ପୂର୍ବରୁ କେନ୍ଦ୍ର ସରକାର କର୍ମଚାରୀମାନଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪% ବୃଦ୍ଧି କରାଯାଇଛି । ବର୍ଦ୍ଧିତ ଡିଏ ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ଏହା ଉପରେ ମୋହର ମାରିଛି । ତେଣୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪% ବୃଦ୍ଧି କରାଯାଇଛି । ଫଳରେ ଏବେ କର୍ମଚାରୀ ମାନଙ୍କ ଡିଏ ୪୨ରୁ ୪୬ ପ୍ରତିଶତକୁ ବୃଦ୍ଧି ପାଇଛି । ପୂର୍ବରୁ କେନ୍ଦ୍ରୀୟ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କରାଯିବା ନେଇ ଆଶା କରାଯାଉଥିଲା ।
କର୍ମଚାରୀମାନେ ପିଛିଲା ଭାବେ ଜୁଲାଇ ୧ ତାରିଖରୁ ଏହାକୁ ପାଇବେ । କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଯୋଗୁଁ ଦେଶର ପ୍ରାୟ ୪୮.୬୭ ଲକ୍ଷ କେନ୍ଦ୍ର କର୍ମଚାରୀ ଉପକୃତ ହେବେ । ସେହିପରି ୬୭.୯୫ ଲକ୍ଷ ପେନସନ୍ ଭୋଗୀ ଏହାର ଲାଭ ଉଠାଇପାରିବେ । ପୂର୍ବରୁ ଚଳିତ ବର୍ଷ ମାର୍ଚ୍ଚ ମାସରେ କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରାଯାଇଥିଲା । ୪ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଥିଲେ କେନ୍ଦ୍ର ସରକାର ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1697625388.jpg)