Advertisment

General Election 2024: ବୟସ୍କଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା; ଘରେ ରହି ଦେବେ ଭୋଟ

ନିର୍ବାଚନ କମିଶନଙ୍କ ବଡ଼ ଘୋଷଣା। ୮୫ ବର୍ଷରୁ ଅଧିକ ବୟସ ବର୍ଗଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା ଯୋଗାଇ ଦିଆଯିବ। ଘରେ ରହି ଭୋଟ୍ ଦେଇପାରିବେ ବୟସ୍କ ଭୋଟର।

Senior Citizens

Senior Citizens

Advertisment

୨୦୨୪ର ସାଧାରଣ ନିର୍ବାଚନ ଲାଗି ବାଜିଲା ବିଗୁଲ। ନିର୍ବାଚନ ପ୍ରସ୍ତୁତି ସଂପର୍କରେ ସୂଚନା ଦେଲେ CEC ରାଜୀବ କୁମାର। ତେବେ ନିର୍ବାଚନ ପାଇଁ ବ୍ୟାପକ ପ୍ରସ୍ତୁତି ହୋଇଥିବା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦେଶରେ ମୋଟ ୯୭ କୋଟି ପଂଜୀକୃତ ଭୋଟର ରହିଛନ୍ତି। ୯୭ କୋଟି ଭୋଟରଙ୍କ ପାଇଁ ୧୦.୫ ଲକ୍ଷ ପୋଲିଂ ବୁଥ୍‌ ରହିବ। ଭୋଟ ଗ୍ରହଣ ପାଇଁ ଦେଢ଼ କୋଟି ପୋଲିଂ ଅଫିସର ପ୍ରସ୍ତୁତ ରହିବେ। ଭୋଟ ଗ୍ରହଣ ପାଇଁ ପ୍ରସ୍ତୁତ ରହିଛି ୫୫ ଲକ୍ଷ ଇଭିଏମ୍‌। ପ୍ରଥମ ଥର ପାଇଁ ଭୋଟ ଦେବେ ୧ କୋଟି ୮୨ ଲକ୍ଷ ନୂଆ ଭୋଟର। ୧୮ରୁ ୨୯ ବର୍ଷ ବର୍ଗର ଭୋଟର ସଂଖ୍ୟା ୨୧ କୋଟି। ୮୫ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୮୨ ଲକ୍ଷ। ୧୦୦ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୨ ଲକ୍ଷ ୧୮ ହଜାର ରହିଛି। ଦେଶରେ ୪୯.୭ କୋଟି ପୁରୁଷ ଓ ୪୭.୧ କୋଟି ମହିଳା ଭୋଟର ରହିଛନ୍ତି।

Advertisment

ଏହାଛଡ଼ା ସେ କହିଛନ୍ତି, ୮୫ ବର୍ଷରୁ ଅଧିକ ବୟସ ବର୍ଗଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା ଯୋଗାଇ ଦିଆଯିବ। ଘରେ ରହି ଭୋଟ୍ ଦେଇପାରିବେ ବୟସ୍କ ଭୋଟର। ଘରେ ଫର୍ମ ପହଞ୍ଚାଇ ଦିଆଯିବ, ପରେ ସଂଗ୍ରହ କରାଯିବ। ଅପରାଧିକ ମାମଲା ଥିଲେ ପ୍ରାର୍ଥୀ ବିଜ୍ଞାପନ ଜରିଆରେ ଜଣାଇବେ। ଖବର କାଗଜ, ଟିଭିରେ ୩ ଥର ନିଜ ଅପରାଧ ବିବରଣୀ ଦେବେ। ରାଜନୈତିକ ଦଳ ବି ଏନେଇ ବିସ୍ତୃତ ସୂଚନା ପ୍ରଦାନ କରିବେ। କାହିଁକି ଏଭଳି ପ୍ରାର୍ଥୀଙ୍କୁ ଟିକେଟ ଦେଲେ, କାରଣ ଦର୍ଶାଇବେ।

୨୦୨୪ ନିର୍ବାଚନ କେତେ ପର୍ଯ୍ୟାୟରେ ହେବ ? କେଉଁ ରାଜ୍ୟରେ କେବେ ହେବ ? କେବେ ପଡ଼ିବ ଭୋଟ୍ ଓ କେବେ ହେବ ଗଣତି? ଏସବୁ ଉପରେ ବିସ୍ତୃତ ସୂଚନା ଦେଇଛନ୍ତି ନିର୍ବାଚନ କମିଶନ। ଚଳିତ ଅର୍ଥାତ ସପ୍ତଦଶ (୧୭ ଲୋକସଭାର କାର୍ଯ୍ୟକାଳ ଆସନ୍ତା ଜୁନ୍ ୧୬ ତାରିଖରେ ଶେଷ ହେଉଛି। ତେଣୁ ତା ପୂର୍ବରୁ ନୂଆ ଲୋକସଭା ସହ ସରକାର ଗଠନ ହେବ।

Advertisment
Election Commission General Elections 2024 Voters Senior Citizens Election Dates
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ