• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ସାରା ବିଶ୍ୱରେ ମଙ୍କିପକ୍ସ ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଗୁରୁତ୍ୱପୂର୍ଣ୍ଣ ଚିଠି ଲେଖିଛନ୍ତି । ଯେଉଁଥିରେ ବିଭିନ୍ନ ଗାଇଡ୍‌ଲାଇନ୍‌ ଜାରିକରାଯାଇଛି ।

ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ କହିଛନ୍ତି, ଚଳିତ ବର୍ଷ ପ୍ରାୟ ୫୦ ଦେଶରୁ ୧ ଜାନୁଆରୀଠାରୁ ୨୨ ଜୁନ୍‌ ପର୍ଯ୍ୟନ୍ତ ୩୪୧୩ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ୩୪୧୩ ଆକ୍ରାନ୍ତଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଯାଇଛି । ୟୁରୋପୀୟ ଦେଶଗୁଡିକରେ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଧୀରେ ଧୀରେ ଏହି ଜୀବାଣୁ ସାରା ବିଶ୍ୱରେ ବ୍ୟାପିବାରେ ଲାଗିଛି । ତେଣୁ ମଙ୍କିପକ୍ସ ଜୀବାଣୁ ସଂକ୍ରମଣକୁ ଧ୍ୟାନରେ ରଖି ଆମେ ସତର୍କ ରହିବା ଉଚିତ । ଏହାସହ ଏହି ରୋଗକୁ ସମ୍ମୁଖୀନ କରିବା ପାଇଁ ଆମକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବା ଆବଶ୍ୟକ ।

ଓ

କେନ୍ଦ୍ର ସରକାର କହିଛନ୍ତି ଯେ, ସମସ୍ତ ସନ୍ଦିଗ୍ଧ ବ୍ୟକ୍ତିଙ୍କ ଉପରେ ନଜର ରଖାଯିବା ଏବଂ ପରୀକ୍ଷା କରାଯିବା ଉଚିତ୍‌ । ଏହାସହ ଦେଶରେ ଉତ୍ତମ ନୀରିକ୍ଷଣ ବ୍ୟବସ୍ଥା ରହିବା ନିହାତି ଆବଶ୍ୟକ । ସଂକ୍ରମିତ ଏବଂ ସନ୍ଦିଗ୍ଧ ରୋଗୀଙ୍କୁ ଅଲଗା ରଖିବାକୁ ପଡ଼ିବ । ମହାମାରୀର ମୁକାବିଲା ପାଇଁ ଡାକ୍ତରଖାନାରେ ପର୍ଯ୍ୟାପ୍ତ କର୍ମଚାରୀ ତଥା ଅନ୍ୟାନ୍ୟ ବ୍ୟବସ୍ଥା କରାଯିବା ଉଚିତ୍ । ଏହାସହ ମଙ୍କିପକ୍ସ ଜୀବାଣୁ ଚିହ୍ନଟ କରିବା ପାଇଁ ଡାକ୍ତରଖାନାଗୁଡ଼ିକରେ ଆବଶ୍ୟକ ବ୍ୟବସ୍ଥା ରହିବା ଉଚିତ୍ ଫଳରେ କୌଣସି ଜରୁରୀକାଳୀନ ପରିସ୍ଥିତିର ମୁକାବିଲା କରାଯାଇପାରିବ । ତେଣୁ ନିର୍ଦ୍ଦେଶାବଳୀ ଅନୁଯାୟୀ ପର୍ଯ୍ୟାପ୍ତ ତଥା ପ୍ରଭାବଶାଳୀ ପଦକ୍ଷେପ ଗ୍ରହଣ କରିବା ସହିତ ସ୍ୱାସ୍ଥ୍ୟ ସେବା ପାଇଁ ଉତ୍ତମ ପ୍ରସ୍ତୁତି କରିବା ଉଚିତ୍ ।

ମଙ୍କିପକ୍ସ ଭୂତାଣୁର ଲକ୍ଷଣ କଣ, ଏହା କେତେ ଭୟଙ୍କର ଓ ଏଥିପାଇଁ କି ଚିକିତ୍ସା ବ୍ୟବସ୍ଥା ଉପଲବ୍ଧ ରହିଛି ?

  •  ମଙ୍କିପକ୍ସ ଭୂତାଣୁ ଦ୍ୱାରା ଆକ୍ରାନ୍ତ ହେଲେ ସାଧାରଣତଃ ଜ୍ୱର ହୋଇଥାଏ ।
  •  ଦେହମୁଣ୍ଡ ଓ ଅଣ୍ଟା ବିନ୍ଧେ ଓ ଦେହରେ ଫୋଟକା ଭଳି ଫଳି ଯାଏ ।
  •  ସମୟ ସମୟରେ ରୋଗୀଙ୍କୁ କମ୍ପ ଆସିବା ସହ ଦେହହାତ ଥରେ ।
  • ତଣ୍ଟି ଦରଜ ହେବା ସହ ରୋଗୀ ଅତି କ୍ଲାନ୍ତ ଅନୁଭବ କରନ୍ତି ।
  • ପ୍ରଥମେ ଦେହରେ ମିଳିମିଳା କିମ୍ବା କାଛୁ ଭଳି ଛୋଟ ଛୋଟ ଫଳି ଯାଏ ଓ କୁଣ୍ଡାଇ ହୁଏ ।
  • ୪ରୁ ୫ ଦିନ ପରେ ଏହା ଫୁଲି ଯିବା ସହ ଏଥିରେ ପୁଜ ଭରିଯାଏ ତେଣୁ ଅନେକ ଏହାକୁ ହାଡ଼ଫୁଟି ଭାବେ ଧରିନିଅନ୍ତି ।
  • ୬ରୁ ୧୩ ଦିନ ଯାଏ ଏହାର କୋପ ରହେ କିଛି ରୋଗୀଙ୍କ କ୍ଷେତ୍ରରେ ୫ରୁ ୨୧ ଦିନ ଯାଏ ଏହାର ପ୍ରକୋପ ଦେଖିବାକୁ ମିଳେ ତେବେ ୨ରୁ ୪ ସପ୍ତାହ ମଧ୍ୟରେ ଏହା ସଂପୂର୍ଣ୍ଣ ଭାବେ କମିଯାଏ ।
  • ସଧାରଣଭାବେ କହିଲେ ମଙ୍କିପକ୍ସ ମାରାତ୍ମକ ନୁହେଁ ତେବେ ଉପଯୁକ୍ତ ଚିକିତ୍ସା ନକରାଇଲେ ଏହା ଘାତକ ହୋଇପାରେ ।
  • ଆଫ୍ରିକୀୟ ଦେଶଗୁଡିକରେ ଯେଉଁଠି ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା ନାହିଁ, ସେଠାରେ ପ୍ରତି ୧୦ ଆକ୍ରାନ୍ତଙ୍କ ମଧ୍ୟ ଜଣଙ୍କର ମୃତ୍ୟୁ ହୋଇଥିବା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ରିପୋର୍ଟରୁ ଜଣାପଡିଛି ।
  •  ପରିଷ୍କାର ପରିଚ୍ଛନ୍ନ ରହିବା ସହ ଉପଯୁକ୍ତ ଚିକିତ୍ସା ଓ ସୁଷମ ଖାଦ୍ୟ ଖାଇଲେ ଅଧିକାଂଶ ରୋଗୀ ସୁସ୍ଥ ହୋଇଯିବା ସମ୍ଭାବନା ଅଧିକ ।
  • ମଙ୍କିପକ୍ସ ଲାଗି ଏଯାଏଁ କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ପ୍ରଣାଳୀ ବାହାରି ନାହିଁ ଲକ୍ଷଣକୁ ଦେଖି ସାଧାରଣ ଚିକିତ୍ସା କରାଯାଇଥାଏ ।
  • ଭୂତାଣୁ ଯେଭଳି ନବ୍ୟାପିବ ସେଥିଲାଗି ଆକ୍ରାନ୍ତଙ୍କୁ ପୃଥକ କରି ରଖିବାକୁ ହୁଏ ।