/odishatv-khabar/media/post_attachments/uploadimage/library/16_9/16_9_0/DRG__1747890878.jpg)
DRG
ଛତିଶଗଡର ନାରାୟଣପୁର ଜିଲ୍ଲା ଅନ୍ତର୍ଗତ ଅବୁଝମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଚାଲିଥିବା ବେଳେ ମାଓବାଦୀଙ୍କ ପାଲଟା ଗୁଳିରେ ଗୁରୁତର ହୋଇଥିବା ଜଣେ ଯବାନ ସହିଦ ହୋଇଛନ୍ତି। ଗୁରୁତର ଯବାନଙ୍କୁ ନାରାୟଣପୁର ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଆଜି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଗତ କାଲି ଘଟଣାସ୍ଥଳରେ ଜଣେ ଯବାନ ସହିଦ ହୋଇଥିଲେ।
ସୂଚନାଯୋଗ୍ୟ, ଗତ କାଲି ଅବୁଝମାଡ ନିକଟ ଜଙ୍ଗଲରେ ମାଓ କମାଣ୍ଡର ‘ବାସବ ରାଜ’ ଲୁଚି ରହିଥିବା ଖବର ମିଳିବା ପରେ ବୁଧବାର ସକାଳେ ୪ଟି ଜିଲ୍ଲା ଯଥାକ୍ରମେ, ନାରାୟଣପୁର, ଦାନ୍ତେୱାଡା, ବିଜାପୁର ଏବଂ କୋଣ୍ଡାଗାଁଓ ଜିଲ୍ଲାର ଜିଲ୍ଲା ରିଜର୍ଭ ଗାର୍ଡ(ଡିଆରଜି)ଙ୍କ ମିଳିତ ଅପରେସନ କରାଯାଇଥିଲା।
ଅଧିକ ପଢ଼ନ୍ତୁ: ବଡ ଧରଣର ଏନକାଉଣ୍ଟରରେ ୩୦ ମାଓବାଦୀ ସଫା: ଦୁର୍ଦ୍ଦାନ୍ତ ମାଓ ନେତା 'ବାସବ ରାଜ' ନିପାତ
ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୨୭ ମାଓବାଦୀ ନିପାତ ହୋଇଥିବା ବେଳେ ଦୁର୍ଦ୍ଦାନ୍ତ ମାଓ ନେତା ‘ବାସବ ରାଜ’ ଙ୍କ ମୃତ୍ୟୁ ହୋଇଥିଲା। ‘ବାସବ ରାଜ’ ଜଣେ ଦୁର୍ଦ୍ଦାନ୍ତ ମାଓ ନେତା ହୋଇଥିବା ବେଳେ ତାଙ୍କୁ ଧରାଇ ଦେବା ପାଇଁ ଦେଢ କୋଟି ଟଙ୍କାର ପୁରସ୍କାର ରାଶି ଥିଲା । ସେଣ୍ଟ୍ରାଲ କମିଟିର ମୁଖ୍ୟ ଥିଲେ ‘ବାସବ ରାଜ’ । ଅନ୍ୟପଟେ ହେଲିକପ୍ଟର ଯୋଗେ ୨୬ ଜଣ ମାଓବାଦୀଙ୍କ ମୃତଦେହ ଆସି ଛତିଶଗଡରେ ପହଞ୍ଚିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)