ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ୍ ଡିୱାଇ ଚନ୍ଦ୍ରଚୂଡ଼ । ସୁପ୍ରିମକୋର୍ଟର ୫୦ତମ ପ୍ରଧାନ ବିଚାରପତି ଭାବେ ସେ ଦାୟିତ୍ୱ ନେବେ । ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ୟୁୟୁ ଲଳିତ ତାଙ୍କ ନାମକୁ ସୁପାରିଶ କରିଛନ୍ତି । ବର୍ତ୍ତମାନର ପ୍ରଧାନ ବିଚାରପତି ଥିବା ଜଷ୍ଟିସ ୟୁୟୁ ଲଳିତ ନଭେମ୍ବର ୮ରେ ଅବସର ନେଉଛନ୍ତି । ପରବର୍ତ୍ତୀ ପ୍ରଧାନ ବିଚାରପତି କାହାକୁ କରାଯିବ ତାଙ୍କ ନାମକୁ ସୁପାରିଶ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜଷ୍ଟିସ ୟୁୟୁ ଲଳିତଙ୍କୁ ପ୍ରସ୍ତାବ ଦିଆଯାଇଥିଲା ।
Also Read
ଏହାପରେ ଜଷ୍ଟିସ ୟୁୟୁ ଲଳିତ ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ୍ ଡିୱାଇ ଚନ୍ଦ୍ରଚୂଡ଼ଙ୍କ ନାମକୁ ସୁପାରିଶ କରିଛନ୍ତି । ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ ୧୯୯୮ରେ ଅତିରିକ୍ତ ସଲିସିଟର ଜେନେରାଲ ଭାବେ ଦାୟିତ୍ୱ ନେଇଥିଲେ । ୨୦୧୩ରେ ସେ ଆଲ୍ଲାହାବାଦ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଇଥିଲେ । ଏହାପରେ ସେ ବମ୍ବେ ହାଇକୋର୍ଟରେ ମଧ୍ୟ କାର୍ଯ୍ୟ କରିଛନ୍ତି । ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ ୨୦୧୬ରେ ସୁପ୍ରିମକୋର୍ଟର ବିଚାରପତି ଭାବେ ଦାୟିତ୍ୱ ନେଇଥିଲେ ।
ସୁପ୍ରିମକୋର୍ଟଙ୍କ ପରମ୍ପରା ଅନୁଯାୟୀ ପ୍ରଧାନ ବିଚାରପତି ଅବସର ନେବାର ଏକ ମାସ ପୂର୍ବରୁ ଏକ ବନ୍ଦ ଲଫାପାରେ ନିଜ ଉତ୍ତରାଧିକାରୀଙ୍କ ନାଁ ସୁପାରିଶ କରନ୍ତି । ଏହାପରେ ସରକାର ତାଙ୍କୁ ପ୍ରଧାନ ବିଚାରପତି ଭାବେ ନିଯୁକ୍ତି ଦେଇଥାନ୍ତି।