• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

କିଏ ହେବେ 'ମହା' ମୁଖ୍ୟମନ୍ତ୍ରୀ ? ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ସସ୍‌ପେନ୍ସ ଉପରୁ ଆଜି ହଟିପାରେ ପରଦା । ଆଜି ସ୍ପଷ୍ଟ ହୋଇପାରେ ଯେ, କିଏ ହେବେ ମହାରାଷ୍ଟ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ପଦବୀକୁ ନେଇ ଛକାପଞ୍ଝା ଭିତରେ ଗତକାଲି ମୁମ୍ବାଇ ଫେରିଛନ୍ତି ମହାରାଷ୍ଟ୍ରର କାମଚଳା ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ । ସେ କହିଛନ୍ତି, ଆଜି ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହେବ । ମହାରାଷ୍ଟ୍ରର ବିକାଶ ପାଇଁ ସେ ପ୍ରତିଶ୍ରୁତିବଦ୍ଧ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ ନିଷ୍ପତ୍ତି ଉପରେ ତାଙ୍କର ନିଃସର୍ତ୍ତ ସମର୍ଥନ ରହିଥିବା କହିଛନ୍ତି ଏକନାଥ ସିନ୍ଦେ ।

ସେପଟେ ପୂର୍ବରୁ ସୂଚନା ମିଳିଥିଲା ଯେ, ଆଜି ବିଧାୟକ ଦଳ ବୈଠକ ବସି ନେତା ଚୟନ ହେବ ଏବଂ ଡିସେମ୍ବର ୫ରେ ମୁମ୍ବାଇ ଆଜାଦ ମୈଦାନରେ ନୂଆ ସରକାର ଶପଥ ଗ୍ରହଣ କରିବେ । ନିର୍ବାଚନ ଫଳ ଘୋଷଣାକୁ ସପ୍ତାହେ ବିତି ଥିଲେ ବି ମହାୟୁତିର କିଏ ମୁଖ୍ୟମନ୍ତ୍ରୀ ହେବେ ତାହା ଏଯାଏଁ ସ୍ପଷ୍ଟ ହୋଇନି ।

ଅଧିକ ପଢ଼ନ୍ତୁ: କିଏ ଏହି କ୍ରିଶ୍‌ ଅରୋଡା, ଯାହାଙ୍କ IQ ଆଇନଷ୍ଟାଇନ ଓ ହକିଂଙ୍କଠୁ ଅଧିକ

ମହାରାଷ୍ଟ୍ରରେ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ନେଇ ଚାଲିଥିବା ସସ୍‌ପେନ୍ସ ମଧ୍ୟରେ ଗତ ନଭେମ୍ବର ୨୬ରେ ମୁଖ୍ୟମନ୍ତ୍ରୀ ପଦରୁ ଏକନାଥ ସିନ୍ଦେ ଇସ୍ତଫା ଦେଇଥିଲେ । ଏକନାଥ ସିନ୍ଦେ ରାଜ ଭବନ ଯାଇ ରାଜ୍ୟପାଳ ସିପି ରାଧାକୃଷ୍ଣନଙ୍କ ନିକଟରେ ଇସ୍ତଫା ଦାଖଲ କରିଥିଲେ । ମହାୟୁତିର ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିଥିଲେ ଏକନାଥ । ଇସ୍ତଫା ଦେବା ସମୟରେ ସିନ୍ଦେଙ୍କ ସହ ଡେପୁଟି ସିଏମ୍ ଅଜିତ ପାୱାର ଏବଂ ଦେବେନ୍ଦ୍ର ଫଡନାଭିସ୍ ମଧ୍ୟ ଉପସ୍ଥିତ ଥିଲେ । ଏକନାଥ ସିନ୍ଦେଙ୍କ ସହ ତାଙ୍କ ପୂରା ମନ୍ତ୍ରିମଣ୍ଡଳ ମଧ୍ୟ ଇସ୍ତଫା ଦେଇଥିଲେ ।

ସୂଚନା ଅନୁସାରେ ମହାରାଷ୍ଟ୍ରରେ ଅନୁଷ୍ଠିତ ହୋଇଥିବା ବିଧାନସଭା ନିର୍ବାଚନରେ ମହାୟୁତି ମେଣ୍ଟର ମହାବିଜୟ ହୋଇଥିଲା । ମୋଟ ୨୮୮ ଆସନରୁ ମହାୟୁତି ମେଣ୍ଟକୁ ୨୩୦ ସିଟ୍ ମିଳିଥିବା ବେଳେ ବିଜେପି ଏକାକୀ ଜିତିଛି ୧୩୨ ସିଟ୍ । ମହାରାଷ୍ଟ୍ରରେ ଲଗାତାର ତୃତୀୟ ଥର ପାଇଁ ସର୍ବବୃହତ ଦଳ ଭାବେ ଉଭା ହୋଇଛି ବିଜେପି । ସେପଟେ ମାତ୍ର ୫୧ ଆସନ ସହ ମହାବିପର୍ଯ୍ୟୟର ସାମ୍ନା କରିଛି ମହାବିକାଶ ଅଘାଡ଼ି । ଭୋଟ୍ ସେୟାରରେ ଷଷ୍ଠ ସ୍ଥାନକୁ ଖସିଯାଇଛି ଉଦ୍ଧବ ସେନା । ଗୋଆ, ଗୁଜରାଟ, ହରିୟାଣା, ଛତିଶଗଡ଼ ଓ ମଧ୍ୟପ୍ରଦେଶ ପରେ ଷଷ୍ଠ ରାଜ୍ୟଭାବେ ତୃତୀୟ ଥର କ୍ଷମତାକୁ ଆସିଛି ବିଜେପି । ମହାରାଷ୍ଟ୍ରରେ ନିଜର ୨୦୧୪ ଓ ୨୦୧୯ ରେକର୍ଡକୁ ଭାଙ୍ଗିଛି ପଦ୍ମ । ମହାୟୁତି ୨ଶହରୁ ଅଧିକ ସିଟ୍ ଜିତିଥିବାରୁ, ୧୯୭୨ ମସିହା ପରେ ମହାରାଷ୍ଟ୍ରରେ ପ୍ରାକ୍-ନିର୍ବାଚନୀ ମେଣ୍ଟ ପାଇଁ ଏହା ସର୍ବବୃହତ୍ ବିଜୟ ।

ମହାୟୁତିର ମହା ବିଜୟ ପରେ ଏବେ ସବୁଠି ଗୋଟିଏ କଳ୍ପନା ଜଳ୍ପନା ଲାଗି ରହିଛି । କିଏ ହେବ 'ମହା' ମୁଖ୍ୟମନ୍ତ୍ରୀ ? ସିଏମ୍ ଓ ଡେପୁଟିଙ୍କ ମଧ୍ୟରେ ହେବ କି ଗାଦି ଅଦଳବଦଳ ? ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ରେସରେ ସବୁଠୁ ଆଗରେ ଅଛନ୍ତି ବର୍ତ୍ତମାନର ଉପମୁଖ୍ୟମନ୍ତ୍ରୀ ତଥା ମହାରାଷ୍ଟ୍ରରେ ବିଜେପିର ସେନାପତି ଦେବେନ୍ଦ୍ର ଫଡ଼ନାଭିସ୍ । କର୍ପୋରେଟରରୁ ନାଗପୁରର ସର୍ବକନିଷ୍ଠ ମେୟର ଏବଂ ୨୦୧୪ରେ ମହାରାଷ୍ଟ୍ରର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ। କୁହାଯାଏ, ୨୦୨୨ ସତ୍ତାପଲଟ୍ ପଛରେ ବି ଥିଲା ଦେବେନ୍ଦ୍ର ଫଡ଼ନାଭିସଙ୍କ ପ୍ରମୁଖ ଭୂମିକା । ଏସବୁ ସତ୍ତ୍ବେ ସେତେବେଳେ ଡେପୁଟି ସିଏମ୍ ପଦ ପାଇଁ ରାଜି ହୋଇ, ଦଳକୁ କ୍ଷମତାକୁ ଆଣିବାକୁ ସେ ବଡ଼ ବଳିଦାନ ଦେଇଥିବା ଚର୍ଚ୍ଚା ହୁଏ ।

ଅଧିକ ପଢ଼ନ୍ତୁ: ଭୟଙ୍କର ଘଟଣା; ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ବିମାନ, ଦେଖନ୍ତୁ ଭିଡ଼ିଓ...

OTV is now on Whatsapp

Join and get latest news update delivered to you via whatsapp

Join Now