Advertisment

ତାଣ୍ଡବ ରଚିଲା ‘ମାଣ୍ଡୋସ୍‌’:କେଉଁଠି ଗଛ ଉପୁଡ଼ି ପଡ଼ିଛି ତ,ଆଉ କେଉଁଠି ରାସ୍ତାରେ ଲହଡ଼ି ଭାଙ୍ଗୁଛି ପାଣି

ବାତ୍ୟା ଲ୍ୟାଣ୍ଡଫଲ୍ ପରେ ଚେନ୍ନାଇ ସମେତ ବିଭିନ୍ନ ଅଞ୍ଚଳରେ କ୍ଷୟକ୍ଷତି ହୋଇଛି। ଚେନ୍ନାଇରେ ପ୍ରବଳ ବର୍ଷା ଯୋଗୁ ଅନେକ ସ୍ଥାନ ଜଳମଗ୍ନ ହୋଇଛି।

ଅଦ୍ୟତନ ହୋଇଛି
Cyclone Mandous Uproots Trees

Cyclone Mandous Uproots Trees

Advertisment

ବାତ୍ୟା ‘ମାଣ୍ଡୋସ୍‌’ ପ୍ରଭାବରେ ତାମିଲନାଡୁରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ିବା ଯୋଗୁ ରାସ୍ତା ଅବରୋଧ ହୋଇଛି। ବାତ୍ୟା ଲ୍ୟାଣ୍ଡଫଲ୍ ପରେ ଚେନ୍ନାଇ ସମେତ ବିଭିନ୍ନ ଅଞ୍ଚଳରେ କ୍ଷୟକ୍ଷତି ହୋଇଛି। ଚେନ୍ନାଇରେ ପ୍ରବଳ ବର୍ଷା ଯୋଗୁ ଅନେକ ସ୍ଥାନ ଜଳମଗ୍ନ ହୋଇଛି। ଏହାସହ ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।

Advertisment

ଚେନ୍ନାଇର ମେରାଇନ୍ ଡ୍ରାଇଭ୍ ରୋଡ୍‌ରେ ଜୋରରେ ପବନ ବହିବା ସହ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗତକାଲି ରାତି ପ୍ରାୟ ସାଢ଼େ ୧ଟା ବେଳେ ତାମିଲନାଡୁ ମାମଲ୍ଲାପୁରମ୍ ନିକଟରେ ବାତ୍ୟା ‘ମାଣ୍ଡୋସ୍‌’ ସ୍ଥଳଭାଗ ଛୁଇଁଥିଲା। ପ୍ରାୟ ୧ ଘଣ୍ଟା ଧରି ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଚାଲିଥିଲା। ଲ୍ୟାଣ୍ଡଫଲ୍ ପରେ ଏହା ଗଭୀର ଅବପାତରେ ପରିଣତ ହୋଇଛି। ଆଗକୁ ଏହା ଆହୁରି ଦୁର୍ବଳ ହେବ।

Advertisment

ଆଜି ମଧ୍ୟାହ୍ନ ସୁଦ୍ଧା ‘ମାଣ୍ଡୋସ୍‌’  ଅବପାତରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି। ସ୍ଥଳଭାଗ ଛୁଇଁବା ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରୁଥିବା ବେଳେ ପବନର ବେଗ ଘଣ୍ଟା ପ୍ରତି ୫୫ରୁ ୬୫ କି.ମି. ରହିଛି। ଆଜି ସନ୍ଧ୍ୟା ସୁଦ୍ଧା ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କି.ମି. ରହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Advertisment

ବାତ୍ୟା ପ୍ରଭାବରେ ଗତକାଲି ରାତିରୁ ହିଁ ଚେନ୍ନାଇ, କେରଳ ସମେତ ବହୁ ସ୍ଥାନରେ ବର୍ଷା ପବନ ଆରମ୍ଭ ହୋଇଯାଇଥିଲା। ତାମିଲନାଡୁର ୧୩ଟି ଜିଲ୍ଲାକୁ ରେଡ୍‌ ଆଲର୍ଟ ଦିଆଯିବା ସହ ଶିକ୍ଷାନୁଷ୍ଠାନ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଥିଲା। 

Cyclone
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ