Advertisment

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗିରଫ

ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଗିରଫ କଲା ଇଡି।

author-image
Manoranjan Behera
ଅଦ୍ୟତନ ହୋଇଛି
Arvind Kejriwal

Arvind Kejriwal

ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଗିରଫ କଲା ଇଡି। ଦିଲ୍ଲୀ ବାସଭବନରେ ପଚରାଉଚରା ପରେ କେଜରିୱାଲ ଗିରଫ କରାଯାଇଥିବା ସୂଚନା ମିଳିଛି। ମଦ ଦୁର୍ନୀତି ମାମଲାରେ ତଦନ୍ତ ଲାଗି କେଜରିୱାଲଙ୍କ ଦିଲ୍ଲୀ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଟିମ୍ ପହଞ୍ଚିଥିଲା। ଅନ୍ତରୀଣ ସୁରକ୍ଷା ଦେବାକୁ ହାଇକୋର୍ଟ ମନା କରିବା ପରେ ଇଡି ଟିମ୍ କେଜରିୱାଲଙ୍କ ଘରେ ପହଞ୍ଚିଥିଲା।

Advertisment

ଇଡିର ଏସିପି ରାଙ୍କର ବହୁ ଅଧିକାରୀ ରେଡରେ ସାମିଲ ହୋଇଛନ୍ତି। ଦଶମ ସମନ ପରେ ମନିଲଣ୍ଡ୍ରିଂ ଆକ୍ଟ ଧାରା ୫୦ ଅନୁଯାୟୀ ଜେରା ଚଳାଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। କେଜ୍ରିୱାଲଙ୍କୁ ଜେରା ଘଣ୍ଟାଏ ଧରି ଚାଲିଥିବା ବେଳେ, ତାଙ୍କ ବାସଭବନ ଚାରିପଟେ ୧୪୪ ଧାରା ଜାରି ହୋଇଛି। ଫୋର୍ସ ମୁତୟନ ସହ କଡ଼ା ସୁରକ୍ଷା ବଳୟରେ ଅଛି ପୂରା ଇଲାକା।

ସେପଟେ କେଜ୍ରିୱାଲଙ୍କ ସମର୍ଥକମାନେ ବିଭିନ୍ନ ସ୍ଥାନରେ ଜୋରଦାର ବିକ୍ଷୋଭ କରିଥିବା ଦେଖିବାକୁ ମିଳିଛି। ଅନ୍ୟପଟେ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି କେଜରିୱାଲଙ୍କ ଲିଗାଲ ଟିମ୍ ସୁପ୍ରିମକୋର୍ଟ ଯାଇଥିବା ସୂଚନା ମିଳିଛି। ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ପୂର୍ବରୁ ତତ୍କାଳୀନ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଷ ସୋସିଦିଆ ଏବଂ ସାଂସଦ ସଞ୍ଜୟ ସିଂହ ଗିରଫ ହୋଇଥିବା ବେଳେ, ଏହି ଲିଙ୍କରେ ତେଲେଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେସିଆରଙ୍କ ଝିଅ ତଥା BRS ନେତ୍ରୀ କେ.କବିତା ମଧ୍ୟ କିଛି ଦିନ ତଳେ ଗିରଫ ହୋଇଛନ୍ତି।

Advertisment

ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି କେଜରିୱାଲଙ୍କ ଲିଗାଲ ଟିମ୍ ସୁପ୍ରିମକୋର୍ଟ ଯାଇଥିବା ସୂଚନା ମିଳିଛି। ଇଡି ଅଧିକାରୀମାନେ ତାଙ୍କୁ ଜେରା କରିବା ସହ ବୟାନ ରେକର୍ଡ କରୁଥିବା ବେଳେ କେଜ୍ରିୱାଲଙ୍କ ଲିଗାଲ ଟିମ ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ଇଡିର ଏପରି କାମ ବେଆଇନ ଓ ଗିରଫଦାରୀରୁ ସୁରକ୍ଷା ଦାବି କରି ଗୋଟିଏ ଆବେଦନ କେଜ୍ରିୱାଲଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ଦାଖଲ କରାଯାଇଛି। ଏଥିସହ ଏହାର ଜରୁରୀ ଶୁଣାଣି ପାଇଁ ମଧ୍ୟ ନିବେଦନ କରାଯାଇଛି। କେଜ୍ରିୱାଲଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଅଭିଷେକ ମନୁ ସିଙ୍ଘଭୀ ସୁପ୍ରିମକୋର୍ଟ ଯାଇଛନ୍ତି।

କଣ ଏହି ଦିଲ୍ଲୀ ମଦ ଦୁର୍ନୀତି, ଯେଉଁଥିରେ ଖୋଦ୍ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ବି ଗିରଫ କରିବାକୁ ପଛାଇନାହିଁ ଇଡି..ଜାଣନ୍ତୁ..

  • ୨୦୨୧ରେ ଦିଲ୍ଲୀରେ ଏକ ନୂଆ ଅବକାରୀ ନୀତି ଲାଗୁ କରିଥିଲେ କେଜ୍ରିୱାଲ୍ ସରକାର
  • ବିବାଦ ଦେଖାଦେବା ପରେ ୨୦୨୨ରେ ଏହାକୁ ପ୍ରତ୍ୟାହାର କରାଯାଇଥିଲା
  • ଏହି ନୂଆ ନୀତି ଅନୁସାରେ ମଦ ବିକ୍ରି ସହ ସରକାରଙ୍କ କୌଣସି ସଂପର୍କ ରହିବ ନାହିଁ
  • ମଦ ବ୍ୟବସାୟୀଙ୍କ ହାତକୁ ଚାଲିଯାଇଥିଲା ଏ ସଂପର୍କିତ ସମସ୍ତ ନିୟନ୍ତ୍ରଣ
  • ଭୋର ୩ଟା ଯାଏଁ ମଦ ଦୋକାନ ଖୋଲିବା ଏବଂ ମଦ ହୋମ୍ ଡେଲିଭରି ପାଇଁ ଅନୁମତି ଥିଲା
  • ଲାଇସେନ୍ସ ପ୍ରାପ୍ତ ମଦ ବ୍ୟବସାୟୀ ନିଜ ଇଚ୍ଛା ଅନୁସାରେ ରିହାତି ଦେଇପାରୁଥିଲେ
  • ଇଓଡବ୍ଲୁ ସ୍କାନରକୁ ଆସିଥିଲେ ତତ୍କାଳୀନ ଅବକାରୀ ମନ୍ତ୍ରୀ ମନୀଷ ସିସୋଦିଆ
  • ନିଜ ଲୋକଙ୍କୁ ଅନୁଚିତ ଅନୁଗ୍ରହ ଦେବାକୁ ସେ ନିୟମ ବଦଳାଇଥିବା ଅଭିଯୋଗ ହୋଇଥିଲା
  • ଲାଇସେନ୍ସ ବଦଳରେ ଅନୈତିକ ଭାବେ ଟଙ୍କା କାରବାର ହୋଇଥିବା ଅଭିଯୋଗ ହୋଇଥିଲା
  • ରାଜକୋଷଙ୍କୁ ବିପୁଳ ଆର୍ଥିକ କ୍ଷତି ସହିବାକୁ ପଡ଼ିଥିବା ନେଇ ଆସିଥିଲା ଅଭିଯୋଗ
  • ବିଭିନ୍ନ ଆଇନ ଉଲ୍ଲଂଘନ ହୋଇଥିବା ନେଇ ରିପୋର୍ଟ ଦେଇଥିଲେ ଦିଲ୍ଲୀ ମୁଖ୍ୟ ସଚିବ
  • ମାମଲାର ସିବିଆଇ ତଦନ୍ତ ଦାବି କରିଥିଲେ ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସକ୍ସେନା
  • କୋଟି କୋଟି ଟଙ୍କାର କିକ୍ ବ୍ୟାକ୍ ହୋଇଥିବା ଦାବି କରିଥିଲେ ସିବିଆଇ
  • ଗୋଆ ନିର୍ବାଚନରେ ଆପ୍ ଦଳୀୟ ପ୍ରଚାର ପାଇଁ ଏହି ଟଙ୍କା ଉପଯୋଗ ହୋଇଥିବା ଅଭିଯୋଗ
  • ମାମଲା ହାତକୁ ନେଇ ୩୦ରୁ ଅଧିକ ସ୍ଥାନରେ ରେଡ୍ କରିସାରିଛି ଇଡି
  • ଏହି ମାମଲାରେ ପୂର୍ବରୁ ଗିରଫ ହୋଇଛନ୍ତି ମନୀଷ ସିସୋଦିଆ ଓ ସଞ୍ଜୟ ସିଂହ
  • ତତ୍କାଳୀନ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ସିସୋଦିଆ ଏବଂ ଆପ୍ ସାଂସଦ ସଞ୍ଜୟ ସିଂହ
  • ତେଲେଙ୍ଗାନା BRS ନେତ୍ରୀ କେ. କବିତାଙ୍କୁ ବି ଗିରଫ କରିଛି ଇଡି
  • ୯ ଥର ସମନ ଟାଳିବା ପରେ ମୁଖ୍ୟମନ୍ତ୍ରୀ କେଜରିୱାଲଙ୍କୁ ଗିରଫ କରିଛି ଇଡି
Arrest Arvind Kejriwal Enforcement Directorate
Advertisment
Advertisment