• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ଦିନକୁ ଦିନ ଭୟଙ୍କର ହେଉଛି ଦିଲ୍ଲୀର ବାୟୁ ପ୍ରଦୂଷଣ । ବିଷ ବଳୟରେ ପୁରା ରାଜଧାନୀ ଦିଲ୍ଲୀ । ବିଷାକ୍ତ ବାୟୁରେ ଅସ୍ତବ୍ୟସ୍ତ ଦିଲ୍ଲୀବାସୀ । ଲଗାତାର ୬ ଦିନ ଧରି ଦିଲ୍ଲୀରେ ବାୟୁର ମାନ ଅତ୍ୟନ୍ତ ନିମ୍ନମାନର ରହିବା ପରେ, ଚିନ୍ତାରେ ରାଜଧାନୀ ବାସୀ ଏବଂ ସରକାର।

ଚାରିଆଡ଼େ ଧୂଆଁ ଧୂଆଁ, ପ୍ରଦୂଷିତ କୁହୁଡ଼ି ଭଳି ଆସ୍ତରଣ । ଭିଜିବିଲିଟି କମିଛି, ଶ୍ବାସକ୍ରିୟାରେ ବି କଷ୍ଟ ହେଉଛି । ପରିସ୍ଥିତିକୁ ଦେଖି ଦିଲ୍ଲୀରେ ଆଜି ଓ ଆସନ୍ତାକାଲି ଦୁଇ ଦିନ ଲାଗି ସରକାରୀ ଏବଂ ଘରୋଇ ପ୍ରାଥମିକ ବିଦ୍ୟାଳୟକୁ ଛୁଟି ଘୋଷଣା କରିଛନ୍ତି ଦିଲ୍ଲୀ ସରକାର ।

ସେହିପରି ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଦିଲ୍ଲୀରେ ନିର୍ମାଣ କାମ ବ୍ୟାନ୍ କରାଯାଇଛି । ନିର୍ମାଣ ଓ ଭଙ୍ଗାଭଙ୍ଗି କାମ ବନ୍ଦ ରଖିବାକୁ ନିର୍ଦ୍ଦେଶ ଜାରି ହୋଇଛି । କେବଳ ରେଳ, ଏୟାରପୋର୍ଟ, ହସ୍ପିଟାଲରେ ନିର୍ମାଣ କାର୍ଯ୍ୟକୁ ଅନୁମତି ମିଳିଛି । ଏହାସହ ଡିଜେଲ୍ ଚାଳିତ ବସ୍ ଓ ଟ୍ରକ୍ ପ୍ରବେଶ ଉପରେ ମଧ୍ୟ କଟକଣା ଲାଗିଛି ।

କେନ୍ଦ୍ରୀୟ ବାୟୁର ମାନ ପରିଚାଳନା କମିଟି ପକ୍ଷରୁ ଏହି କଟକଣା ଜାରି କରାଯାଇଛି । ଆଗାମୀ ୧୫ ଦିନ ଅତି ଗୁରୁତ୍ବପୂର୍ଣ୍ଣ ବୋଲି କହିଛନ୍ତି ଦିଲ୍ଲୀ ପରିବେଶ ମନ୍ତ୍ରୀ ଗୋପାଳ ରାୟ । ଏୟାର କ୍ବାଲିଟି ସିଭିୟର ବା ୪ଶହରୁ ଅଧିକ AQI ରେକର୍ଡ ହୋଇଥିବା ଅଞ୍ଚଳରେ ଆଗାମୀ ୫ ଦିନ ପାଇଁ ସମସ୍ତ ନିର୍ମାଣ କାର୍ଯ୍ୟ ବନ୍ଦ କରାଯାଇଛି। ହରିୟାଣାରୁ ଡିଜେଲ୍ ବସ୍ ପ୍ରବେଶ ଉପରେ ନିଷେଧାଦେଶ ଜାରି ହୋଇଛି ।

ଇଭି, ସିଏନ୍ଜି ଓ ବିଏସ୍-6 ବସ୍ ଚଳାଚଳ କରିବାକୁ ଗୁରୁତ୍ବାରୋପ କରାଯାଇଛି । ଠିକାରେ ୧ ହଜାର ସିଏନ୍ଜି ବସ୍ ଦିଲ୍ଲୀକୁ ଅଣାଯିବ ବୋଲି ସୂଚନା ମିଳିଛି । ଏଥିସହ ପାଳ ପୋଡ଼ିବା ଉପରେ କଡ଼ା ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।