/odishatv-khabar/media/post_attachments/uploadimage/library/16_9/16_9_0/IMAGE_1740623847.jpg)
Assam Earthquake
ଭୂକମ୍ପରେ ଥରିଲା ଆସାମ । ବିଳମ୍ବିତ ରାତିରେ ଆସାମରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୦ ରେକର୍ଡ କରାଯାଇଛି । ଆସାମର ମୋରିଗାଁ ଜିଲ୍ଲାରେ ଏହି ଭୂକମ୍ପ ଝଟ୍କା ଲାଗିଛି । ଗୌହାଟୀ ଏବଂ ରାଜ୍ୟର ଅନ୍ୟ କିଛି ସ୍ଥାନରେ ମଧ୍ୟ ଝଟ୍କା ଅନୁଭୂତ ହୋଇଛି । ଜାତୀୟ ଭୂକମ୍ପ କେନ୍ଦ୍ର ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତି ୨ଟା ୨୫ ମିନିଟ୍ ସମୟରେ ଭୂକମ୍ପ ଅନୁଭୂତ ହୋଇଛି । ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି ।
ଅଧିକ ପଢ଼ନ୍ତୁ: ଓଡ଼ିଶାରେ ମୃଦୁ ଭୂକମ୍ପ; ଥରିଲା ରାଜଧାନୀ
ଗୌହାଟୀ, ସିଲଂ ଏବଂ ଆସାମର ଅନ୍ୟ କିଛି ସ୍ଥାନ ସମେତ ବାଂଲାଦେଶ, ଭୂଟାନ, ଚୀନରେ ମଧ୍ୟ ଭୂମିକମ୍ପର ଝଟ୍କା ଅନୁଭୂତ ହୋଇଛି । ବିଳମ୍ବିତ ରାତିରେ ଏହି ଝଟ୍କା ଲାଗିବାରୁ ଲୋକମାନେ ଭୟରେ ଉଠି ପଡିଥିଲେ । ତେବେ ଭୂକମ୍ପ ଜନିତ କୌଣସି ବଡ଼ କ୍ଷୟକ୍ଷତିରେ ସୂଚନା ନାହିଁ ।
ଏଠାରେ ଉଲ୍ଲେଖଯୋଗ୍ୟ, ଗତ ୨୫ ତାରିଖ ସକାଳେ ଓଡ଼ିଶାରେ ମୃଦୁ ଭୂକମ୍ପ ଝଟ୍କା ଅନୁଭୂତ ହୋଇଥିଲା । ଭୁବନେଶ୍ବର, ବାଲେଶ୍ବର,ବାରିପଦା ଓ ପାରାଦୀପରେ ଭୂକମ୍ପ ଝଟ୍କା ଲାଗିଥିଲା । ବଙ୍ଗୋପସାଗରେ ଭୂକମ୍ପର କେନ୍ଦ୍ରସ୍ଥଳ ରହିଥିଲା । ରିକ୍ଟର ସ୍କେଲରେ ତୀବ୍ରତା ଥିଲା ୫.୧ । ପୁରୀରୁ ୨୮୬ ଓ ଭୁବନେଶ୍ୱରରୁ ୨୯୭ କିମି ଦୂରରେ ଭୂକମ୍ପର କେନ୍ଦ୍ରସ୍ଥଳ ରହିଥିଲା । ସେହିପରି ବ୍ରହ୍ମପୁର ଠାରୁ ୩୯୪ କିମି ଦୂରରେ କେନ୍ଦ୍ରସ୍ଥଳ ଥିଲା । ଭାରତ ସମେତ ବାଂଲାଦେଶରେ ମଧ୍ୟ ଭୂକମ୍ପର ପ୍ରଭାବ ଅନୁଭୂତ ହୋଇଥିଲା । ଭୂକମ୍ପ ଦ୍ୱାରା କିଛି କ୍ଷୟ କ୍ଷତି ହୋଇନଥିଲା ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)