Advertisment

ରାଜନୈତିକ ଦଳର ବେନାମୀ ଚାନ୍ଦା ଉପରେ ଅଙ୍କୁଶ !

ଏଣିକି ରାଜନୈତିକ ଦଳଙ୍କୁ ମିଳୁଥିବା ନଗଦ ଚାନ୍ଦା ଉପରେ ଲାଗିବ ଲଗାମ। ଚନ୍ଦା ଉପରେ ଅଙ୍କୁଶ ଲଗାଇବାକୁ କେନ୍ଦ୍ର ଆଇନ ମନ୍ତ୍ରଣାଳୟକୁ ଚିଠି ଲେଖିଲେ ନିର୍ବାଚନ କମିଶନ। ବିଭିନ୍ନ ସୂତ୍ରରୁ ମିଳୁଥିବା ବେନାମୀ ଚାନ୍ଦାର ଆକାର ୨୦ ହଜାରରୁ ୨ ହଜାରକୁ କମାଇବାକୁ ସେ ଚିଠି ଲେଖି ପ୍ରସ୍ତାବ ଦେଇଛନ୍ତି ।

author-image
Manoranjan Behera
Cash Donation

Cash Donation

ରାଜନୈତିକ ଦଳଙ୍କୁ ମିଳୁଥିବା ନଗଦ ଚାନ୍ଦା ଉପରେ ଅଙ୍କୁଶ ଲଗାଇବାକୁ କେନ୍ଦ୍ର ଆଇନ ମନ୍ତ୍ରଣାଳୟକୁ ଚିଠି ଲେଖିଲେ ନିର୍ବାଚନ କମିଶନ । ବିଭିନ୍ନ ସୂତ୍ରରୁ ମିଳୁଥିବା ବେନାମୀ ଚାନ୍ଦାର ଆକାର ୨୦ ହଜାରରୁ ୨ ହଜାରକୁ କମାଇବାକୁ ପ୍ରସ୍ତାବ ରହିଛି । ଯଦି କୌଣସି ରାଜନୈତିକ ଦଳକୁ ବେନାମୀ ଚାନ୍ଦା ଆକାରରେ ୨ ହଜାରରୁ କମ ଟଙ୍କା ମିଳେ, ତେବେ ଏହି ଚାନ୍ଦା ବାବଦରେ ନିର୍ବାଚନ କମିଶନଙ୍କୁ ଅବଗତ କରିବା ଆବଶ୍ୟକତା ନାହିଁ ।

Advertisment

ବର୍ତ୍ତମାନ ଏହି ଚାନ୍ଦାର ଆକାର ୨୦ ହଜାର ଟଙ୍କା ରହିଛି । ତେବେ ଏହାକୁ କମାଇ ୨ ହଜାର ଟଙ୍କା କରିବାକୁ ପ୍ରସ୍ତାବ ଦେଇଛନ୍ତି ନିର୍ବାଚନ କମିଶନ । ଏହାସହ ଗୋଟିଏ ଦଳକୁ ସର୍ବାଧିକ ମୋଟ୍ କ୍ୟାସ୍ ଡୋନେସନ ୨୦ କୋଟିରେ ସିମୀତ କରିବା ପାଇଁ ମଧ୍ୟ ପ୍ରସ୍ତାବ ଦିଆଯାଇଛି । ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଏନେଇ କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜ୍ଜୁଙ୍କୁ ଚିଠି ଲେଖିଛନ୍ତି ।

ରାଜନୈତିକ ଦଳ ଗୁଡ଼ିକୁ ମିଳୁଥିବା ଟଙ୍କା ଉପରେ ସ୍ୱଚ୍ଛତା ଆଣିବାକୁ ଏହି ପ୍ରସ୍ତାବ ଦିଆଯାଇଛି । ବର୍ତ୍ତମାନ ଥିବା ଆଇନ୍ ଅନୁଯାୟୀ ୨୦ ହଜାର ଟଙ୍କାରୁ ଅଧିକ ଚାନ୍ଦା ବାବଦରେ ନିର୍ବାଚନ କମିଶନଙ୍କୁ ଜଣାଇବା ବାଧ୍ୟତାମୂଳକ ହୋଇଛି। ଅନେକ ରାଜନୈତିକ ଦଳ ଡୋନେସନ ମିଳୁ ନଥିବା ଦର୍ଶାଉଥିବା ବେଳେ ଅଡିଟ୍ ବେଳେ କିନ୍ତୁ ବ୍ୟାପକ ନଗଦ ଟଙ୍କା ଡୋନେସନ୍‌ରେ ମିଳିଥିବା ଜଣାପଡୁଛି ।

Advertisment

ଏହାସହ ନିର୍ବାଚନରେ ଜଣେ ପ୍ରତିଦ୍ୱନ୍ଦ୍ୱିଙ୍କୁ ଦଳ ୨ ହଜାରରୁ ଅଧିକ ଟଙ୍କା ଖର୍ଚ୍ଚ ପାଇଁ ଦେଲେ, ତେବେ ଡିଜିଟାଲ କିମ୍ବା ଆକାଉଣ୍ଟ ପେୟୀ ଚେକ୍ ଆକାରରେ ଦେବାକୁ ପ୍ରସ୍ତାବ ଦିଆଯାଇଛି । ଯଦି ନିର୍ବାଚନ କମିଶନଙ୍କ ପ୍ରସ୍ତାବକୁ ଗ୍ରହଣ କରି ଆଇନରେ ପରିବର୍ତ୍ତନ କରାଯାଏ, ତେବେ ନିର୍ବାଚନ ଲଢ଼ିବାକୁ ଟଙ୍କା ଗ୍ରହଣ ପାଇଁ ଜଣେ ପ୍ରତିଦ୍ୱନ୍ଦ୍ୱିଙ୍କୁ ଅଲଗା ଆକାଉଣ୍ଟ କରିବାକୁ ପଡ଼ିବ । ଏହାସହ ସମସ୍ତ ଖର୍ଚ୍ଚ ବାବଦରେ ନିର୍ବାଚନ କମିଶନଙ୍କୁ ଅବଗତ କରିବାକୁ ବାଧ୍ୟତା ମୂଳକ ହେବ । 

Cash Donation Election Commission Political Parties
Advertisment
Advertisment