Advertisment

ଇଲେକ୍ଟୋରାଲ ବଣ୍ଡ୍‌ ଡାଟା ପ୍ରକାଶ କଲେ ECI

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଇଲେକ୍ଟୋରାଲ୍ ବଣ୍ଡ ତଥ୍ୟକୁ ସାର୍ବଜନୀନ କଲା ଭାରତୀୟ ନିର୍ବାଚନ କମିଶନ। SBI ପକ୍ଷରୁ ଦାଖଲ ହୋଇଥିବା ଡାଟା ପ୍ରକାଶ କଲେ...

author-image
Sujit kumar Swain
Electoral bonds data

Electoral bonds data

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଇଲେକ୍ଟୋରାଲ୍ ବଣ୍ଡ ତଥ୍ୟକୁ ସାର୍ବଜନୀନ କଲା ଭାରତୀୟ ନିର୍ବାଚନ କମିଶନ। ଇଲେକ୍ସନ କମିଶନ ୱେବସାଇଟରେ ଅପଲୋଡ୍ ହୋଇଛି ଷ୍ଟେଟ ବ୍ୟାଙ୍କ୍ ଦାଖଲ କରିଥିବା ଡାଟା । ତଥ୍ୟ ଥିବା ଦୁଇଟି ପିଡିଏଫ ମଧ୍ୟରୁ ଗୋଟିଏରେ ଇଲେକ୍ଟୋରାଲ ବଣ୍ଡର ମୂଲ୍ୟ, କ୍ରେତା ଏବଂ କ୍ରୟ ତାରିଖ ରହିଛି । ଅନ୍ୟଟିରେ ବଣ୍ଡକୁ ଏନକ୍ୟାଶ୍ କରିଥିବା ଦଳର ନାଁ, ତାରିଖ ଓ ମୂଲ୍ୟ ଲେଖାରହିଛି। ଯଥାକ୍ରମେ ୩୩୭ ଓ ୪୨୬ ପୃଷ୍ଠାର ରହିଛି ଏହି ଦୁଇଟି ପିଡିଏଫ୍ । 

Advertisment

ଗତ ମଙ୍ଗଳବାର ଏହି ତଥ୍ୟ SBI ଦାଖଲ କରିବା ପରେ, ଏହାକୁ ୧୫ ତାରିଖ ସୁଦ୍ଧା ସାର୍ବଜନୀନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ । ଏହାକୁ ଯେମିତି ମିଳିଥିଲା ସେମିତି ପ୍ରକାଶ କରାଯାଇଛି ବୋଲି ଦର୍ଶାଇଛି ECI । 

ଏଥିରେ ୧ ହଜାରରୁ ୧ କୋଟି ଟଙ୍କା ପର୍ଯ୍ୟନ୍ତ ବଣ୍ଡ୍ କିଣାଯାଇଥିବା ଉଲ୍ଲେଖ ରହିଛି । ଦାତା ସଂସ୍ଥା ତାଲିକାରେ ଆପୋଲୋ ଟାୟାର୍ସ, ଲକ୍ଷ୍ମୀ ନିବାସ ମିତ୍ତଲ, ଏଡିଲୁଇସ୍, ପିଭିଆର୍, କେଭେଣ୍ଟର, ସନ୍ ଫାର୍ମା, ଟରେଣ୍ଟ ପାୱାର୍, ଭାରତୀ ଏୟାରଟେଲ, ଡିଏଲ୍ଏଫ୍ କମର୍ସିଆଲ୍ ଡେଭଲପର୍ସ, ବେଦାନ୍ତ, ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍, ପିରାମଲ୍ କ୍ୟାପିଟାଲ୍ ଆଣ୍ଡ୍ ହାଉସିଂ ଫିନାନ୍ସ ଲିମିଟେଡ୍, ପେଗାସସ୍ ପ୍ରପର୍ଟିଜ୍, ବାଜାଜ୍ ଫାଇନାନ୍ସ, ଜିନ୍ଦଲ ପଲି ଫିଲ୍ମ ଲିମିଟେଡ୍, ଫିନୋଲେକ୍ସ କେବୁଲ୍ ଲିମିଟେଡ୍ ଆଦି କଂପାନୀର ନାଁ ରହିଛି ।

Advertisment
Election Commission Electoral Bonds
Advertisment
Advertisment