Advertisment

କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ୟୁପିରେ ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ

ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଆଜି ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ଆରମ୍ଭ ହୋଇଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହା ଚାଲିବ।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
UP Election 2022

UP Election 2022

ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଆଜି ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ଆରମ୍ଭ ହୋଇଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହା ଚାଲିବ। ପ୍ରଥମ ପର୍ଯ୍ୟାୟରେ ୧୧ଟି ଜିଲ୍ଲାର ୫୮ଟି ଆସନ ପାଇଁ ଭୋଟ୍‌ ଗ୍ରହଣ ଚାଲିଛି। 

Advertisment

ମୈଦାନରେ ୬୨୩ ପ୍ରାର୍ଥୀ ଭାଗ୍ୟ ପରୀକ୍ଷା କରୁଥିବାବେଳେ ୨ କୋଟି ୨୭ଲକ୍ଷ ଭୋଟର ଅଛନ୍ତି। ଏହି ପର୍ଯ୍ୟାୟରେ ଯେଉଁସବୁ ଆସନ ଅଧିକ ଫୋକସ୍‌ରେ ରହିଛି, ସେଗୁଡ଼ିକ ହେଲା- ମୁଜାଫରନଗର, ମିରଟ୍, ଗାଜିଆବାଦ, ଆଲିଗଡ଼, ମଥୁରା ଓ ଆଗ୍ରା।

ଶ୍ରୀକାନ୍ତ ଶର୍ମା, ସୁରେଶ ରାଣା, ସନ୍ଦୀପ ସିଂ, କପିଳ ଦେବ ଅଗ୍ରଓ୍ୱାଲ୍, ଅତୁଲ ଗର୍ଗ ଓ ଚୌଧୁରୀ ଲକ୍ଷ୍ମୀ ନାରାୟଣଙ୍କ ଭଳି ପ୍ରମୁଖ ନେତାଙ୍କ ଭାଗ୍ୟ ପରୀକ୍ଷା ହେବ। ଜାଠ୍‌ଙ୍କ ପ୍ରଭାବ ଥିବା ଅଞ୍ଚଳରେ କଡ଼ା ସୁରକ୍ଷା ମଧ୍ୟରେ ମତଦାନ ଚାଲିଛି। ଉତ୍ତରପ୍ରଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ହେବ।

Advertisment


— ANI UP/Uttarakhand (@ANINewsUP) February 10, 2022

UP Election 2022 Uttar Pradesh Elections
Advertisment
Advertisment