• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ନର୍ସ ମାନଙ୍କୁ ଫ୍ଲୋରେନ୍ସ ନାଇଟଏଙ୍ଗେଲ ସମ୍ମାନରେ ସମ୍ମାନୀତି କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ଏହି ସମ୍ମାନଜନ ଉପାଧୀ ପ୍ରଦାନ କରାଯାଇଛି । ପ୍ରତିବର୍ଷ ଭାରତୀୟ ନର୍ସିଂ ପରିଷଦ ଦ୍ୱାରା ବିଭିନ୍ନ ବର୍ଗର ନର୍ସ ମାନଙ୍କୁ ଚୟନ କରି ପୁରସ୍କୃତ କରାଯାଇଥାଏ । ବ୍ରିଟିଶ ନର୍ସ ଫ୍ଲୋରେନ୍ସ ନାଇଟଏଙ୍ଗେଲଙ୍କ ସମାନର୍ଥେ ସ୍ୱାସ୍ଥ୍ୟସେବାରେ ଉଲ୍ଲେଖନୀୟ ଯୋଗଦାନ କରିଥିବା ନର୍ସମାନଙ୍କୁ ଏହି ସମ୍ମାନଜନକ ଉପାଧି ପ୍ରଦାନ କରାଯାଇଥାଏ । ଓଡ଼ିଶା ରୁ ଚଲିତ ଥର ଦୁଇ ଜଣଙ୍କୁ ଏହି ସମ୍ମାନ ମିଳିଛି । ଜଗତସିଂହପୁର DDHରେ କାର୍ଯ୍ୟରତ ଖୁଲାନା ବାରିକ ଓ ବ୍ରହ୍ମପୁର ଶୀତଳାପଲ୍ଲୀ କୋଭିଡ ହସ୍ପିଟାଲରେ କାର୍ଯ୍ୟରତ ନର୍ସ ଶିବାନୀ ଦାଶଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଫ୍ଲୋରେନ୍ସ ନାଇଟଏଙ୍ଗେଲ ସମ୍ମାନରେ ସମ୍ମାନୀତି କରିଛନ୍ତି ।