Manohar Joshi
ମହାରାଷ୍ଟ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପୂର୍ବତନ ଲୋକସଭା ବାଚସ୍ପତି ମନୋହର ଯୋଶୀଙ୍କ ପରଲୋକ। ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ୮୬ ବର୍ଷରେ ତାଙ୍କର ଦେହାନ୍ତ ହୋଇଛି। ଗତ ୨୧ ତାରିଖରେ ହୃଦଘାତ ଯୋଗୁଁ ସେ ମେଡିକାଲରେ ଭର୍ତ୍ତି ହୋଇଥିଲେ। ମନୋହର ଜୋଶୀ ୧୯୯୫ରୁ ୧୯୯୯ ପର୍ଯ୍ୟନ୍ତ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଥିଲେ। ମହାରାଷ୍ଟ୍ରରେ ଶିବସେନ ପ୍ରଥମ ଥର ଶାସନ କ୍ଷମତାକୁ ଆସିବାପରେ ସେ ହିଁ ପ୍ରଥମ ମୁଖ୍ୟମନ୍ତ୍ରୀ ହୋଇଥିଲେ। ସେହିପରି ୨୦୦୨ରୁ ୨୦୦୪ ପର୍ଯ୍ୟନ୍ତ ଲୋକସଭାର ବାଚସ୍ପତି ଥିଲେ ମନୋହର ଜୋଶୀ। ସେହିପରି ଅଟଳ ବିହାରୀ ବାଜପେୟୀଙ୍କ ଶାସନକାଳରେ ସେ କେନ୍ଦ୍ର ମନ୍ତ୍ରୀ ମଧ୍ୟ ଥିଲେ।
ତେବେ ଆଜି ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ମନୋହର ଯୋଶୀଙ୍କ ମୃତଦେହକୁ ଅନ୍ତିମ ଦର୍ଶନ ନିମନ୍ତେ ତାଙ୍କ ବାସଭବନରେ ରଖାଯିବ । ଏହାପରେ ଏକ ଶୋଭାଯାତ୍ରାରେ ତାଙ୍କ ମୃତଦେହକୁ ଦାଦର ଶ୍ମଶାନ ଘାଟକୁ ନିଆଯିବ । ସେଠାରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ସମ୍ମାନ ସହ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1708657088.jpg)