Advertisment

ଘରେ ଶୋଇଥିବା ବେଳେ ନିଆଁ ଲାଗି ୪ ମୃତ

ନିଆଁ ଲାଗି ୪ ମୃତ। ଘରେ ଶୋଇଥିବା ବେଳେ ନିଆଁ ଲାଗିଯିବା ଫଳରେ ଅକାଳରେ ୪ ଜଣଙ୍କ ଜୀବନ ଚାଲି ଯାଇଛି। ଆଜି ଭୋର ସମୟରେ ଦିଲ୍ଲୀରେ ଏହି ଅଭାବନୀୟ ଘଟଣା ଘଟିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

Fire In Delhi

Fire In Delhi

Advertisment

ନୂଆଦିଲ୍ଲୀ: ନିଆଁ ଲାଗି ୪ ମୃତ। ଘରେ ଶୋଇଥିବା ବେଳେ ନିଆଁ ଲାଗିଯିବା ଫଳରେ ଅକାଳରେ ୪ ଜଣଙ୍କ ଜୀବନ ଚାଲି ଯାଇଛି। ଆଜି ଭୋର ସମୟରେ ଦିଲ୍ଲୀରେ ଏହି ଅଭାବନୀୟ ଘଟଣା ଘଟିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। 

Advertisment

ସୂଚନା ଅନୁସାରେ, ଦିଲ୍ଲୀର ପୁରୁଣା ସୀମାପୁରୀ ଅଞ୍ଚଳରେ ଥିବା ଏକ ୩ ମହଲା ବିଲ୍ଡିଂରେ ନିଆଁ ଲାଗି ଯାଇଥିଲା। ବିଲ୍ଡିଂର ତୃତୀୟ ମହଲାରେ ଏହି ନିଆଁ ଲାଗି ଯାଇଥିଲା। ଭୋର ପ୍ରାୟ ୪ଟା ସମୟରେ ଅଗ୍ନିଶମ ବାହିନୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା। ୪ଟି ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। 

Advertisment

ହେଲେ ଦୁଃଖଦ ଘଟଣା, ନିଆଁ ଲାଗି ୪ ଜଣଙ୍କ ମୃତ୍ୟୁ ଘଟିଛି। ବିଲ୍ଡିଂର ତୃତୀୟ ମହଲାର ଏକ ଘର ଭିତରୁ ଅଗ୍ନିଶମ କର୍ମଚାରୀ ସମସ୍ତ ୪ ମୃତକଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ତେବେ କେଉ କାରଣ ପାଇଁ ଅଗ୍ନିକାଣ୍ଡ ଘଟିଲା, ତାହା ଜଣାପଡ଼ି ନାହିଁ। ସର୍ଟ ସର୍କିଟ୍‌ରୁ ଅଗ୍ନିକାଣ୍ଡ ଘଟିଛି ନା ଏହା ପଛରେ ଅନ୍ୟ କିଛି କାରଣ ରହିଛି, ତାହା ଜଣାପଡ଼ିନି।

Fire Breaks Out Delhi Fire Mishap Fire In Delhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ