ବହୁ ଚର୍ଚ୍ଚିତ ହିଣ୍ଡେନବର୍ଗ ରିପୋର୍ଟ ପ୍ରକାଶ ପାଇବା ପରେ ଏସିଆର ସବୁଠୁ ଧନୀ ବ୍ୟବସାୟୀ ଗୌତମ ଆଦାନୀଙ୍କ ସଂପତ୍ତିର ପରିମାଣ ୨୨.୫ ମିଲିୟନ ଡଲାର ହ୍ରାସ ପାଇଥିବା ଜଣାପଡ଼ିଛି । ଫଳରେ ମାତ୍ର ୨ ଦିନ ଭିତରେ ସେ ବିଶ୍ୱର ଧନୀ ତାଲିକାରେ ୩ ନମ୍ବର ସ୍ଥାନରୁ ୭ ନମ୍ବର ସ୍ଥାନକୁ ଖସି ଆସିଛନ୍ତି ।
ଗତ ସେପ୍ଟେମ୍ବର ୨୦୨୨ରେ ଆଦାନୀ ବିଶ୍ୱର ଦ୍ୱିତୀୟ ଧନୀ ବ୍ୟକ୍ତି ଭାବେ ବିବେଚିତ ହୋଇଥିଲେ । ଫୋର୍ବସ ଡାଟା ଅନୁଯାୟୀ ଜାନୁଆରୀ ୨୦୨୩ ସୁଦ୍ଧା ତାଙ୍କ ମୋଟ ସଂପତ୍ତିର ପରିମାଣରେ ଶତକଡ଼ା ୧୯ ଭାଗ ହ୍ରାସ ପାଇଛି ।
Also Read
ଆଦାନୀ ଏବେ ୭ ନମ୍ବର ସ୍ଥାନକୁ ଖସିବା ପରେ ଧନୀ ତାଲିକାରେ ମାଇକ୍ରୋସଫ୍ଟ ପ୍ରତିଷ୍ଠାତା ବିଲ୍ ଗେଟ୍ସଙ୍କ ତଳକୁ ଖସି ଆସିଛନ୍ତି । ପ୍ରଥମ ଥର ପାଇଁ ଆଦାନୀଙ୍କ ସଂପତ୍ତିରେ ଏଭଳି ବୃହତ୍ ହ୍ରାସ ପାଇଛି । କଂପାନୀର ସେୟାର ମୂଲ୍ୟ ହ୍ରାସ ପାଇବା ପରେ ଏଭଳି ବିପର୍ଯ୍ୟୟ ଘଟିଥିବା କୁହାଯାଉଛି ।
ଅଧିକ ପଢ଼ନ୍ତୁ: ଦେଶର ୫ ପ୍ରତିଶତ ଧନୀଙ୍କ ପାଖରେ ରହିଛି ଭାରତର ୬୦ ପ୍ରତିଶତ ସମ୍ପତ୍ତି : ଅକ୍ସଫାମ୍ ରିପୋର୍ଟ
ହିଡେନ୍ବର୍ଗ ରିପୋର୍ଟ ଆଦାନୀ ଗ୍ରୁପ୍ କଂପାନୀ ଉପରେ ଷ୍ଟକ୍ ମ୍ୟାନିପୁଲେସନ ଅଭିଯୋଗ ଆଣିଛି । ମ୍ୟାନିପୁଲେସନ କରି କଂପାନୀର ଧନୀ ତାଲିକାର ଉପରକୁ ଯାଇଥିବା ଏହି ରିପୋର୍ଟରେ କୁହାଯାଇଛି ଏବଂ ଏଭଳି କାର୍ଯ୍ୟ ଦୀର୍ଘ ଦିନ ଧରି ଚାଲିଛି ।
ସୂଚନାଯୋଗ୍ୟଯେ, ଦୀର୍ଘ ଦୁଇ ବର୍ଷର ଅନୁସନ୍ଧାନ ପରେ କଂପାନୀ ଏହି ରିପୋର୍ଟ ପ୍ରକାଶ କରିଛି । ତେବେ ପୂର୍ବରୁ ବିଶ୍ୱର ଧନୀ ତାଲିକାରେ ଆଦାନୀ ଦ୍ରୁତ ଗତିରେ ଉପରକୁ ଉଠୁଥିଲେ । ଗତବର୍ଷ ସେପ୍ଟେମ୍ବରରେ ସେ ଏସିଆର ସବୁଠାରୁ ଧନୀ ବ୍ୟକ୍ତିର ମାନ୍ୟତା ପାଇଥିଲେ।
ଏପ୍ରିଲରେ ରିଲାଏନ୍ସ ଇଣ୍ଡଷ୍ଟ୍ରିର ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ତାଙ୍କର ନେଟ ୱର୍ଥ ୧୦୦ ବିଲିୟନ ଡଲାର ଟପିଥିଲା । ପରେ ସେ ବିଲ୍ ଗେଟ୍ସଙ୍କୁ ପଛରେ ପକାଇ ୪ର୍ଥ ସ୍ଥାନରେ ରହିବା ପରେ ଅଗଷ୍ଟରେ ୩ୟ ସ୍ଥାନକୁ ଉଠିଥିଲେ ।
ତେବେ ହିଣ୍ଡେନବର୍ଗ ରିପୋର୍ଟର ଷ୍ଟକ୍ ମ୍ୟାନିପୁଲେସନ ଅଭିଯୋଗ ପରେ ଆଦାନୀ ଗ୍ରୁପ୍ ୭ ନମ୍ବର ସ୍ଥାନକୁ ଖସି ଆସିଛି। ଏଠି କହି ରଖୁଛୁ ଯେ,ଏ ସମସ୍ତ ଅଭିଯୋଗକୁ ଆଦାନୀ ଗ୍ରୁପ୍ ପକ୍ଷରୁ ଖଣ୍ଡନ କରାଯାଇଛି ।
Media statement on a report published by Hindenburg Research. pic.twitter.com/ZdIcZhpAQT
— Adani Group (@AdaniOnline) January 25, 2023